ଭୁବନେଶ୍ବର: ଶିକ୍ଷାର ଭିତ୍ତିଭୂମିର ବିକାଶ ପାଇଁ ଓଡ଼ିଶାରେ ଖୋଲିବ ଆଉ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି (ସିସିଇଏ) ବୈଠକରେ ଏହି ନିଷ୍ପତ୍ତି ହୋଇଛି । ସମଗ୍ର ଦେଶରେ ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ହେବ। ଏହା ସହିତ ୨୮ଟି ନୂଆ ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ମଞ୍ଜୁର କରାଯାଇଛି। ଏଥି ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ।
କେଉଁ ଜିଲ୍ଲାରେ ଖୋଲିବ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ:-
ସମ୍ବଲପୁର ଜିଲ୍ଲାର କୁଚିଣ୍ଡା, ଅନୁଗୋଳ ଜିଲ୍ଲାର ତାଳଚେର ଓ ଆଠମଲ୍ଲିକ, ଢେଙ୍କାନାଳର କାମାକ୍ଷାନଗର, ଖୋର୍ଦ୍ଧା ଜିଲ୍ଲାର ଆଇଟିବିପି ଖୋର୍ଦ୍ଧା, କୋରାପୁଟ ଜିଲ୍ଲାର ଜୟପୁର, ବଲାଙ୍ଗୀର ଜିଲ୍ଲାର ରେଲୱେ ଟିଟିଲାଗଡ଼ ଓ ପାଟଣାଗଡ଼ରେ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନା ହେବ।
ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଖର୍ଚ୍ଚ:-
୮୫ ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଭାରତ ସରକାର ପ୍ରାୟ ୫ ହଜାର ୮୭୨ କୋଟି ଟଙ୍କା ଖର୍ଚ୍ଚ କରିବେ । ସେହିପରି ୨୮ ଟି ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ପ୍ରାୟ ୨ ହଜାର ୩୫୯ କୋଟି ଟଙ୍କା ଖର୍ଚ୍ଚ ହେବ ।
ଓଡ଼ିଶାରେ ଖୋଲିବ ୮ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ଧର୍ମେନ୍ଦ୍ର - ODISHA KENDRIYA VIDYALAYA
ଓଡ଼ିଶାର ୬ ଜିଲ୍ଲାରେ ଖୋଲିବ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବ । କେନ୍ଦ୍ର କ୍ୟାବିନେଟ କମିଟି (ସିସିଇଏ) ବୈଠକରେ ନିଆଯାଇଛି ନିଷ୍ପତ୍ତି ।
Published : Dec 7, 2024, 7:07 AM IST
|Updated : Dec 7, 2024, 9:22 AM IST
ଏହା ମଧ୍ୟ ପଢନ୍ତୁ-ଜାତୀୟ ସ୍ତରରେ ପୁରସ୍କୃତ ହେଲା କୋରାପୁଟ କେନ୍ଦ୍ରୀୟ ବିଦ୍ୟାଳୟର କ୍ଷୁଦ୍ର ଚଳଚ୍ଚିତ୍ର
ପ୍ରତିଷ୍ଠା ହେବାକୁ ଥିବା ସ୍ଥାନରେ ଶିକ୍ଷାର ଭିତ୍ତିଭୂମିର ବିକାଶ ହେବ:-
ନୂଆ ବିଦ୍ୟାଳୟ ଖେଲିଲେ ଏକବିଂଶ ଶତାବ୍ଦୀର ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଉଜ୍ଜଳ ହେବ। ପ୍ରତିଷ୍ଠା ହେବାକୁ ଥିବା ସ୍ଥାନରେ ଶିକ୍ଷାର ଭିତ୍ତିଭୂମିର ବିକାଶ ହେବ। ଛାତ୍ରଛାତ୍ରୀ ବିଶେଷ ଭାବରେ ଏସସି, ଏସଟି ଓ ଓବିସି ବର୍ଗର ଛାତ୍ରଛାତ୍ରୀମାନେ ଉପକୃତ ହୋଇପାରିବେ। ବିଦ୍ୟାଳୟ ପରରେ ଶିକ୍ଷାର ମାନରେ ଉନ୍ନତି ହେବ। ଛାତ୍ରଛାତ୍ରୀଙ୍କ ମାନସିକ, ଶାରିରୀକ, କ୍ରିଟିକାଲ ଥୁଙ୍କି ସହ ବୌଦ୍ଧିକ କ୍ଷମତା ବିକଶିତ ହେବ। ସ୍ଥାନୀୟ ଅଞ୍ଚଳରେ ଅନେକ ନିଯୁକ୍ତି ସୃଷ୍ଟି ହେବ ବୋଲି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ କହିଛନ୍ତି ।
ବିଦ୍ୟାଳୟ ଭିତିଭୂମି ନିର୍ମାଣ ପାଇଁ ନିର୍ମାଣ ଏବଂ ଆନୁଷଙ୍ଗିକ କାର୍ଯ୍ୟକଳାପ ଅନେକ କୁଶଳୀ ଏବଂ ଅଣକୁଶଳୀ ଶ୍ରମିକଙ୍କ ପାଇଁ ନିଯୁକ୍ତ ସୁଯୋଗ ସୃଷ୍ଟି କରିବାର ସମ୍ଭାବନା ରହିଛି । ଏହାର ଆବାସିକ ପ୍ରକୃତି ହେତୁ ପ୍ରତ୍ୟେକ ନବୋଦୟ ବିଦ୍ୟାଳୟ ଅତ୍ୟାବଶ୍ୟକ ସାମଗ୍ରୀ ଯଥା ଖାଦ୍ୟ, ଉପଭୋକ୍ତା ସାମଗ୍ରୀ, ଆସବାବପତ୍ର ଶିକ୍ଷାଦାନ ସାମଗ୍ରୀ ଇତ୍ୟାଦି ଯୋଗାଣ ଏବଂ ସ୍ଥାନୀୟ ସେବା ପ୍ରଦାନକାରୀ ଯଥା ସେଲୁନ, ଟେଲର, ମୋଦି, ଗୃହରକ୍ଷଣ ଏବଂ ସୁରକ୍ଷା ସେବା ପାଇଁ ମାନବ ସମ୍ଭଳ ଇତ୍ୟାଦି ପାଇଁ ସ୍ଥାନୀୟ ବିକ୍ରେତାମାନଙ୍କୁ ସୁଯୋଗ ସୃଷ୍ଟି କରିବ।
ଇଟିଭି ଭାରତ, ଭୁବନେଶ୍ବର