ଭୁବନେଶ୍ବର:ଟ୍ରପ ଲାଇନ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ସେପଟେ ଦୁର୍ବଳ ହୋଇ ଲଘୁଚାପ ଘୂର୍ଣ୍ଣିବଳୟ ଭାବେ ମଧ୍ୟ ପ୍ରଦେଶ ଓ ପାଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି । ପ୍ରଭାବରେ ଆହୁରି ୨୪ ଘଣ୍ଟା ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ଆକଳନ କରିଛି ପାଣିପାଗ ବିଭାଗ । ଉତ୍ତର ଓଡ଼ିଶାରେ ବିଶେଷ ଭାବେ ବର୍ଷାର ପ୍ରଭାବ ଅଧିକ ରହିବ ବୋଲି ପୂର୍ବାନୁମାନ କରିଛି ବିଭାଗ ।
୨୧ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି:
ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ବର୍ଷା ସହ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ରାଜ୍ୟରେ ଜାରି ରହିବ । ପ୍ରବଳ ବର୍ଷାକୁ ନେଇ ୨୧ ଜିଲ୍ଲା ବାଲେଶ୍ବର, ଭଦ୍ରକ,ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ,ଖୋର୍ଦ୍ଧା, ନୟାଗଡ଼,ଗଂଜାମ ,ଗଜପତି, କନ୍ଧମାଳ, ଅନୁଗୋଳ, ଢେଙ୍କାନାଳ,ମୟୂରଭଞ୍ଜ,କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା ,ବରଗଡ଼ ,ନୂଆପଡା ଓ ବଲାଙ୍ଗୀରକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
୨୮ରୁ ବର୍ଷାର ପରିମାଣ କମିବ !
ଆସନ୍ତାକାଲି ଠାରୁ ଆଉ ପ୍ରବଳ ବର୍ଷାର ୱାର୍ଣ୍ଣିଂ ନଥିବାବେଳେ ୨୮ରୁ ବର୍ଷାର ପରିମାଣ କମିବାର ସମ୍ଭାବନା ରହିଛି । କିନ୍ତୁ ଟ୍ରପ ଲାଇନ ପ୍ରଭାବରେ ଆସନ୍ତା ୫ ଦିନ ଯାଏ ରାଜ୍ୟର ଅନେକ ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ଲାଗିରହିବ । ସେପଟେ ବର୍ଷାକୁ ନେଇ ଆଗାମୀ ୭ ଦିନ ଯାଏଁ ମୌସୁମୀ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁକୂଳ ହେବ ନାହିଁ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ସେହିପରି ଆସନ୍ତାକାଲି ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ଥିବା ଆକଳନ କରିଛି ବିଭାଗ ।