ଭୁବନେଶ୍ବର:ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଜାରି ରହିଛି । ଆଜିଠୁ ବର୍ଷାର ପରିମାଣ ବଢିବ । ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବ । ପବନର ବେଗ ମଧ୍ୟ ୩୦ ରୁ ୪୦ କିମି ଘଣ୍ଟା ପ୍ରତି ରହିପାରେ । ଆଜି ବିଶେଷକରି ଉତ୍ତର ଓଡ଼ିଶାରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ । ଅନ୍ୟ କିଛି ଅଞ୍ଚଳରେ କାଁ ଭାଁ ସ୍ଥାନରେ ମଧ୍ୟ ବର୍ଷା ହୋଇପାରେ । ଏହାର ପ୍ରଭାବରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ତାପମାତ୍ରା କମ୍ ରହିବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆଜି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାରେ ବର୍ଷା ହେବା ନେଇ ସତର୍କ ସୂଚନା ଜାରି ହୋଇଛି । ଆଜିଠୁ ବର୍ଷା ବଢିବ । ବିଜୁଳି ଘଡଘଡି ସହ ଘଣ୍ଟାପ୍ରତି ୪୦ ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ଏବେ ନିମ୍ନଚାପ ରେଖା ସକ୍ରିୟ ନାହିଁ। ବଙ୍ଗୋସାଗରରୁ ଆସୁଥିବା ଜଳୀୟବାଷ୍ପପୂର୍ଣ୍ଣ ବାୟୁ ରାଜ୍ୟରେ ବର୍ଷା କରାଉଛି । ସେପଟେ ଗତ ୨୪ ଘଣ୍ଟାରେ କୋରାପୁଟରେ ସର୍ବାଧିକ ୨୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ହୋଇପାରେ। ସେହିପରି ଦିନର ତାପମାତ୍ରା ୪ ରୁ ୬ ଡିଗ୍ରୀ ହ୍ରାସ ହୋଇଛି । ମାଲକାନଗିରି ରାଜ୍ୟର ସର୍ବାଧିକ ତାପମାତ୍ର ୩୯.୩ ଡିଗ୍ରୀ ରେକର୍ଡ କରାଯାଇଛି ।