ଭୁବନେଶ୍ବର: ଜାଡର ମାଡ଼ରେ ଥରୁଛି ସାରା ଓଡିଶା । ରାଜ୍ୟରେ ଜାରି ରହିଛି ଶୀତର ପ୍ରକୋପ । ବର୍ତ୍ତମାନ ରାଜ୍ୟରେ କୌଣସି ପାଣିପାଗ ନିୟାମକ ବା ପ୍ରକ୍ରିୟା ସକ୍ରିୟ ନଥିବା ବେଳେ ଆଗାମୀ ତିନି ଦିନ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ । ସେହିପରି ଆସନ୍ତା ଦୁଇଦିନ ମଧ୍ୟରେ ରାଜ୍ୟରେ ୨ରୁ 3 ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବାର ସମ୍ଭାବନା ରହିଥିବା ବେଳେ ଏଥିରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ସେପଟେ ରାଜ୍ୟରେ ଘନ କୁହୁଡ଼ି ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ତେବେ ରାଜ୍ୟରେ ଦୁଇଦିନ ପରେ ରାତି ତାପମାତ୍ରା ସ୍ୱାଭାବିକ ହେବ । ସେପଟେ ବଙ୍ଗୋପସାଗର ପାଶ୍ୱର୍ବର୍ତ୍ତୀ ଓଡ଼ିଶାରେ ଏକ ଗୁରୁଚାପ ବଳୟ ସକ୍ରିୟ ରହିଛି । ପ୍ରଭାବରେ ରାଜ୍ୟରେ ଘନ କୁହୁଡ଼ିର ସମ୍ଭାବନା ଜାରି କରିଛି ପାଣିପାଗ ବିଭାଗ । ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ଚେତାବନୀ ଜାରି । ଉପକୂଳ ଜିଲ୍ଲା ସମେତ ପାଶ୍ୱବର୍ତ୍ତୀ ଜିଲ୍ଲାଗୁଡିକରେ ଘନ କୁହୁଡି ଦୃଶ୍ୟମାନ ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ପାଇଁ ୨୩ ଜିଲ୍ଲାକୁ ଘନ୍ କୁହୁଡି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ସେହିସବୁ ଜିଲ୍ଲାଗୁଡ଼ିକ ହେଉଛି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂପୁର, ଖୋର୍ଦ୍ଧା, ପୁରୀ, ନୟାଗଡ, ଗଂଜାମ, ଅନୁଗୋଳ, ଢେଙ୍କାନାଳ, ମୟୁରଭଞ୍ଜ, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ସୁବର୍ଣ୍ଣପୁର, ବଲାଙ୍ଗୀର, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, କେନ୍ଦୁଝର ଓ ଦେବଗଡ ।