ରାୟଗଡ଼ା/ରାଉରକେଲା:ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଯୁବକ ମୃତ । ଆହୁରି ୫ ଜଣ ଏଥିରେ ଆକ୍ରନ୍ତ ଥିବା ବେଳେ ୨ ଜଣ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି । ତେବେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ଖବର ପାଇ ଗ୍ରାମରେ ଡାକ୍ତରୀ ଟିମ ପହଞ୍ଚି ଆକ୍ରାନ୍ତଙ୍କୁ ଔଷଧ ପ୍ରଦାନ କରିବା ସହ ସଚେତନତା କରିଥିବା ଜଣାପଡ଼ିଛି ।
ରାୟଗଡ଼ା ଜିଲ୍ଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ରଘୁବାରୀ ପଞ୍ଚାୟତ ଭାତଙ୍ଗପାଦାର ଗ୍ରାମରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି । ଗ୍ରାମରେ ପ୍ୟାପିଥିବା ଝାଡାବାନ୍ତିର କାରଣ ଦୂଷିତ ପାଣି ବୋଲି ଜଣାପଡ଼ିଥିବା ବେଳେ ପ୍ରଶାସନ ତରଫରୁ ଟ୍ୟାଙ୍କର ଯୋଗେ ପାନୀୟ ଜଳର ବ୍ୟବସ୍ଥା କରାଯାଇଛି । ତେବେ ଭାତଙ୍ଗପାଦାର ଗ୍ରାମର ଚିତ୍ରସେନ ସୁନା (32) ନାମକ ଜଣେ ଯୁବକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ମୃତ୍ୟୁ ବରଣ କରିଥିବା ଜଣାପଡ଼ିଛି । ସେପଟେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରିଥିବ ଯୁବକଙ୍କ ପରିବାର ଲୋକଙ୍କୁ ସମବେଦନା ଜଣାଇବା ସହ ସ୍ଥିତି ଅନୁଧ୍ୟାନ କରିଛନ୍ତି ପୂର୍ବତନ ସ୍ୱତନ୍ତ୍ର ଉର୍ନ୍ନୟନ ପରିଷଦ ଅଧକ୍ଷ ଜଗନ୍ନାଥ ନୁଣ୍ଡ୍ରୃକା । ଅନ୍ୟପଟେ ଡାକ୍ତରି ଟିମ ପହଞ୍ଚି ମୃତକଙ୍କ ପରିବାରର ଅନ୍ୟ ସଦସ୍ୟଙ୍କ ସ୍ୱାସ୍ଥ୍ୟବସ୍ତା ଯାଞ୍ଚ କରିଛନ୍ତି । ଏହା ସହ ଭାତଙ୍ଗପାଦାର ଗ୍ରାମବାସୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରି ଔଷଧ ବିତରଣ କରିବା ସହ 2 ଜଣଙ୍କୁ ରାୟଗଡା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛନ୍ତି । ତେବେ ଗାଁରେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ବର୍ତ୍ତମାନ ମୋଟ ୫ ଜଣ ଚିକିତ୍ସା ହେଉଛନ୍ତି ।