ଓଡିଶା

odisha

ETV Bharat / videos

ବ୍ରହ୍ମପୁର ବିଶ୍ବବିଦ୍ୟାଳୟର 25ତମ ସମାବର୍ତ୍ତନ ଉତ୍ସବ, ଦେଖନ୍ତୁ LIVE

By ETV Bharat Odisha Team

Published : Mar 1, 2024, 10:58 AM IST

Updated : Mar 1, 2024, 11:54 AM IST

ବ୍ରହ୍ମପୁର: ଆଜି ବ୍ରହ୍ମପୁର ବିଶ୍ବବିଦ୍ୟାଳୟର 25ତମ ସମାବର୍ତ୍ତନ ଉତ୍ସବ । ମୁଖ୍ୟ ଅତିଥି ଭାବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି । ଏହି କାର୍ଯ୍ୟକ୍ରମରେ ୪୩ ଜଣ ଛାତ୍ରଛାତ୍ରୀଙ୍କୁ ପିଏଚ୍‌ଡି ଡିଗ୍ରୀ ପ୍ରଦାନ କରାଯିବା ସହ ୩୫ଟି ବିଭାଗର ଟପ୍ପର ଛାତ୍ରଛାତ୍ରୀଙ୍କୁ ସ୍ବର୍ଣ୍ଣ ପଦକ, ୩ଜଣଙ୍କୁ ଡିଲିଟ୍, ଜଣଙ୍କୁ ଡିଏସ୍‌ସି ପ୍ରଦାନ କରାଯିବା କାର୍ଯ୍ୟକ୍ରମ ରହିଛି । ସେପଟେ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ପ୍ରତିଷ୍ଠା ହେବା ପରେ ପ୍ରଥମଥର ପାଇଁ ଦେଶର ପ୍ରଥମ ନାଗରିକ ତଥା ମହାମହିମ ରାଷ୍ଟ୍ରପତିଙ୍କ ଏଭଳି ଗ୍ରସ୍ତ ହେଉଥିବା ଯୋଗୁଁ ସ୍ଥାନୀୟ ଅଞ୍ଚଳରେ ଉତ୍ସବର ମାହୋଲ ଦେଖିବାକୁ ମିଳିଛି । ଅନ୍ୟପଟେ ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ୧୧ ପ୍ଳାଟୁନ ପୋଲିସ ଫୋର୍ସ ସହିତ ବହୁ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ସୁରକ୍ଷା ଦାୟିତ୍ୱରେ ନିୟୋଜିତ ଅଛନ୍ତି । ଇଟିଭି ଭାରତ, ବ୍ରହ୍ମପୁର
Last Updated : Mar 1, 2024, 11:54 AM IST

ABOUT THE AUTHOR

...view details