ଓଡିଶା

odisha

By ETV Bharat Odisha Team

Published : Jun 23, 2024, 5:24 PM IST

ETV Bharat / videos

ଟ୍ରକ୍‌କୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ 4 ଗୁରୁତର - Ambulance Accident in Balasore

Ambulance Accident in Balasore : ବାଲେଶ୍ବର: ଟ୍ରକକୁ ପଛ ପଟୁ ଧକ୍କା ଦେଇ ଘଟଣାସ୍ଥଳରେ ଜଳିଗଲା ଆମ୍ବୁଲାନ୍ସ । ଦୁର୍ଘଟଣାରେ ରୋଗୀ ସମେତ 4 ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର ଭାବେ ଆହତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଏଭଳି ଅଘଟଣ ବାଲେଶ୍ବର ଜିଲ୍ଲା ରୁପ୍ସା ଥାନା ଅନ୍ତର୍ଗତ 60 ନମ୍ବର ଜାତୀୟ ରାଜପଥର ହଳଦୀପଦା ବାଇପାସ ପୂର୍ବରୁ ଦେଖିବାକୁ ମିଳିଛି । ସୂଚନା ଅନୁଯାୟୀ, ଆଜି ଭୋର ସମୟରେ ବାଲେଶ୍ବର ଜିଲ୍ଲା ବସ୍ତା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ରୋଗୀ ନେଇ ଏକ ଆମ୍ବୁଲାନ୍ସ ବାଲେଶ୍ବର ମୁଖ୍ୟ ଚିକିତ୍ସାଳୟକୁ ଯିବା ସମୟରେ ହଳଦୀପଦା ବାଇପାସ ପୂର୍ବରୁ ଆମ୍ବୁଲାନ୍ସଟି ଆଗରେ ଯାଉଥିବା ଏକ ଟ୍ରକକୁ ପଛପଟୁ ଜୋରରେ ଧକ୍କା ଦେଇଥିଲା । ଯାହା ଫଳରେ ଆମ୍ବୁଲାନ୍ସ ଭିତରେ ଥିବା ଅକ୍ସିଜେନ ସିଲିଣ୍ତରଟି ଫାଟି ଯିବା ଯୋଗୁଁ ଆମ୍ବୁଲାନ୍ସରେ ନିଆଁ ଲାଗିଯାଇଥିଲା ।

ଏହା ମଧ୍ୟ ପଢ଼ନ୍ତୁ... ମୋରମ ଗଦାରେ ମାଡ଼ ହୋଇ ସ୍କୁଟି ଆରୋହୀ ମୃତ

ଦୁର୍ଘଟଣାରେ ଆମ୍ବୁଲାନ୍ସର ଡ୍ରାଇଭର, ହେଲପର ସମେତ ଫାର୍ମାସିଷ୍ଟ ଗୁରୁତର ହୋଇଥିବାବେଳେ ଭିତରେ ଥିବା ରୋଗୀ ଏବଂ ସମ୍ପର୍କୀୟ ମଧ୍ୟ ଗୁରୁତର ହୋଇଛନ୍ତି । ଆମ୍ବୁଲାନ୍ସ ସମ୍ପୂର୍ଣ୍ଣ ଭାବେ ଜଳି ଯାଇଥିବା ଦେଖିବାକୁ ମିଳିଛି । ଜାତୀୟ ରାଜପଥ ପାଟ୍ରୋଲିଂ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ଗୁରୁତରମାନଙ୍କୁ ଉଦ୍ଧାର କରି ଅନ୍ୟ ଏକ ଆମ୍ବୁଲାନ୍ସ ସାହାଯ୍ୟରେ ବାଲେଶ୍ବର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ଅବସ୍ଥା ସଙ୍କଟାପନ୍ନ ହେବାରୁ ସମସ୍ତଙ୍କୁ କଟକ ଏସ୍‌ସିବିକୁ ସ୍ଥାନାନ୍ତର କରାଯାଇଛି । ଦୁର୍ଘଟଣା ପରେ ଟ୍ରକ ଟି ଘଟଣାସ୍ଥଳରୁ ଫେରାର ହୋଇଥିବାବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଇଟିଭି ଭାରତ, ବାଲେଶ୍ବର

ABOUT THE AUTHOR

...view details