ଓଡିଶା

odisha

ETV Bharat / videos

ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କଲେ ମୁଖ୍ୟମନ୍ତ୍ରୀ - CM PAYS TRIBUTE TO LEGENDARY ICONS - CM PAYS TRIBUTE TO LEGENDARY ICONS

By ETV Bharat Odisha Team

Published : Jun 14, 2024, 7:26 PM IST

CM Majhi Pays Tributes To Legendary Icons: ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ବିଭିନ୍ନ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ଯ ଅର୍ପଣ କରିଛନ୍ତି। ପ୍ରଥମେ ମ୍ୟୁଜିୟମ ଛକ ସ୍ଥିତ ବକ୍ସି ଜଗବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ଯ ଅର୍ପଣ କରିଥିଲେ। ପରେ ମୁଖ୍ୟମନ୍ତ୍ରୀ ଏଜି ଛକ ସ୍ଥିତ ଡକ୍ଟର ଭୀମ୍‌ରାଓ ଆମ୍ବେଦକର, ଜୟୀ ରାଜଗୁରୁ ଏବଂ ୧୨୦ ବାଟାଲିୟନ ଛକସ୍ଥିତ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂ ଦେଓ, ପ୍ରଭାତୀ ପରିଡା ଏବଂ କ୍ୟାବିନେଟ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ରବି ନାୟକ, ଏକାମ୍ର ବିଧାୟକ ବାବୁ ସିଂ ମଧ୍ୟ ଯୋଗ ଦେଇଥିଲେ । 

ରଜ ଅବସରରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ପ୍ରମୁଖ ଭୂମିକା ନିର୍ବାହ କରିଥିବା ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଆଶୀର୍ବାଦ ନେଇଛନ୍ତି ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମଣ୍ଡଳର ଅନ୍ୟ ସଦସ୍ୟ। ଓଡିଆ ଅସ୍ମିତା ପ୍ରସଙ୍ଗ ନେଇ ବିଜେପି ସରକାରକୁ ଆସିଥିବା ବେଳେ ଆଗାମୀ ଦିନରେ ଏହା ଉପରେ କାର୍ଯ୍ୟ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସେପଟେ ପାଇକ ବିଦ୍ରୋହକୁ ପ୍ରଥମ ସ୍ୱାଧୀନତା ସଂଗ୍ରାମର ମାନ୍ୟତା ଦିଆଯାଉ ବୋଲି ଆଜି ମୁଖ୍ୟମନ୍ତ୍ରୀଙ୍କ ଆଗରେ ଦାବି ରଖିଲେ ଖୋର୍ଦ୍ଧାବାସୀ।  

ଏହା ମଧ୍ୟ ପଢ଼ନ୍ତୁ.. କାମଚଳା ବାଚସ୍ପତି ଭାବେ ଶପଥ ନେଲେ ରଣେନ୍ଦ୍ର ପ୍ରତାପ ସ୍ଵାଇଁ - Ranendra Pratap pro tem speaker

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details