ଓଡିଶା

odisha

ETV Bharat / videos

ଦର୍ଶନ କରନ୍ତୁ ମହାପ୍ରଭୁ ପତିତପାବନଙ୍କ ଦିବ୍ୟ ମଙ୍ଗଳ ଆଳତି, ଶୁଭମୟ ହେବ ଦିନ - Lord Jagannath Mangala Alati

By ETV Bharat Odisha Team

Published : Jul 20, 2024, 7:24 AM IST

Lord Jagannath Mangala Alati ପୁରୀ: ସରିଲା ମହାପ୍ରଭୁଙ୍କ ବଡଦାଣ୍ଡରେ ଲୀଳାଖେଳା । ବଡଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କ ସହ ରତ୍ନସିଂହାସନରେ ବିଜେ କରିଛନ୍ତି ମହାପ୍ରଭୁ ଶ୍ରୀ ଜଗନ୍ନାଥ । ରତ୍ନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରୁଛନ୍ତି ଭକ୍ତ । ଅନ୍ୟପଟେ ପ୍ରତିଦିନ ଭଳି ଆଜି ମଧ୍ୟ ଶ୍ରୀମନ୍ଦିରରେ ପତିତପାବନଙ୍କ ମଙ୍ଗଳ ଆଳତି ସମ୍ପନ୍ନ ହୋଇଛି । ଭୋରରୁ ସେବାୟତଙ୍କ ଦ୍ୱାରା ଦ୍ୱାରଫିଟା ନୀତି ପରେ ମଙ୍ଗଳ ଆଳତି ନୀତି କରାଯାଇଛି । ଘଣ୍ଟ ଘଣ୍ଟା ଓ ମନ୍ତ୍ରୋଚ୍ଚାରଣରେ ପ୍ରକମ୍ପିତ ହୋଇଛି ଶ୍ରୀମନ୍ଦିର ପରିସର । ପତିତପାବନଙ୍କ ଦିବ୍ୟ ମଙ୍ଗଳ ଆଳତି ଦର୍ଶନ କରିବା ପାଇଁ ଶ୍ରଦ୍ଧାଳୁମାନଙ୍କ ଭିଡ ଦେଖିବାକୁ ମିଳିଥିଲା । ଜୟ ଜଗନ୍ନାଥ ନାରା ଦେଇ ମଙ୍ଗଳ କାମନା କରିଥିଲେ ଭକ୍ତ । କୁହାଯାଏ ପତିତପାବନଙ୍କ ଏହି ଦିବ୍ୟ ମଙ୍ଗଳ ଆଳତି ଦର୍ଶନ କଲେ ପାପ କ୍ଷୟ ହୋଇଥାଏ ଓ କୋଟି ଜନ୍ମର ପୂଣ୍ୟ ମିଳିଥାଏ ।

ଇଟିଭି ଭାରତ, ପୁରୀ

ABOUT THE AUTHOR

...view details