ପ୍ରଭାତରୁ ଦର୍ଶନ କରନ୍ତୁ ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତୀ - Mangala Alati - MANGALA ALATI
Published : Apr 29, 2024, 6:53 AM IST
Mangala Alati: ପୁରୀ: ଜୟ ଜଗନ୍ନାଥ ସ୍ବାମୀ ନୟନ ପଥଗାମୀ ଭବଃ ତୁମେ । କୋଟି ଓଡିଆଙ୍କ କାଳିଆ ଠାକୁର । କିଏ ତାକୁ ଚକା ଆଖିଆ ତ ଆଉ କିଏ କଳିଆସାଆନ୍ତ, ପୁଣି କିଏ ଭାବ ବିନୋଦିଆ ବୋଲି ଡାକେ । ତାର ଚକା ନୟନକୁ ଦେଖିଲେ ଓଦା ହୋଇଯାଏ ଭକ୍ତର ଆଖି । ପ୍ରତିଦିନ ଭୋରୁ ମହାପ୍ରଭୁଙ୍କ ନିକଟରେ ମଙ୍ଗଳ ଆଳତୀ କରାଯାଇଥାଏ । ପ୍ରଭାତରୁ ଭାବ ବିନୋଦିଆଙ୍କ ଆଳତୀ ଦର୍ଶନ କଲେ ସମସ୍ତ ପାପ କ୍ଷୟ ସହ ଦିନ ମଙ୍ଗଳମୟ ହୋଇଥାଏ ବୋଲି ସମସ୍ତଙ୍କ ବିଶ୍ବାସ। ପ୍ରତିଦିନ ଭୋରୁ ଦ୍ବାରଫିଟା ନୀତି ଶେଷ ହେବା ପରେ ମହାପ୍ରଭୁଙ୍କ ମଙ୍ଗଳ ଆଳତୀ କରାଯାଇଥାଏ । ଆଜି ମଧ୍ୟ ଭୋରୁ ସେବାୟତମାନଙ୍କ ଦ୍ବାରା ଶ୍ରୀମନ୍ଦିର ଦ୍ବାର ଫିଟା ଯାଇଥିଲା । ଏହାପରେ ଘଣ୍ଟି ଧୂପ,ଓ ମନ୍ତ୍ରୋଚାରଣ ସହ ପତିତପାବନଙ୍କ ମଙ୍ଗଳ ଆଳତୀ ନୀତି କରାଯାଇଥିଲା । ମଙ୍ଗଳ ଆଳତୀ ଦର୍ଶନ କଲେ ଭଗବାନଙ୍କ ଅପାର କରୁଣା ପ୍ରାପ୍ତି ହୋଇଥାଏ ।
ଇଟିଭି ଭାରତ, ପୁରୀ