ଓଡିଶା

odisha

ETV Bharat / bharat

ଆସନ୍ତାକାଲି ଠାରୁ ଭୁବନେଶ୍ୱରରେ ଜି୨୦ ସଂସ୍କୃତି କାର୍ଯ୍ୟଗୋଷ୍ଠୀର ଦ୍ୱିତୀୟ ବୈଠକ - G20 Culture Group meet in Odisha

ଭୁବନେଶ୍ୱରରେ ଆରମ୍ଭ ହେବ ଜି୨୦ ସଂସ୍କୃତି କାର୍ଯ୍ୟଗୋଷ୍ଠୀର ଦ୍ୱିତୀୟ ବୈଠକ । ୧୭ ତାରିଖ ପର୍ଯ୍ୟନ୍ତ ଚାଲିବ କାର୍ଯ୍ୟକ୍ରମ । କାର୍ଯ୍ୟକ୍ରମରେ ଅଂଶଗ୍ରହଣ ସହ -କୋଣାର୍କ ସୂର୍ଯ୍ୟ ମନ୍ଦିର ଏବଂ ଉଦୟଗିରି ପରିଦର୍ଶନ କରିବେ ନିମନ୍ତ୍ରିତ ରାଷ୍ଟ୍ର ଏବଂ ବିଭିନ୍ନ ଅନ୍ତର୍ଜାତୀୟ ସଂଗଠନର ପ୍ରତିନିଧି । ଅଧିକ ପଢନ୍ତୁ

ଆସନ୍ତାକାଲି ଠାରୁ ଭୁବନେଶ୍ୱରରେ ଜି୨୦ ସଂସ୍କୃତି କାର୍ଯ୍ୟଗୋଷ୍ଠୀର ଦ୍ୱିତୀୟ ବୈଠକ
ଆସନ୍ତାକାଲି ଠାରୁ ଭୁବନେଶ୍ୱରରେ ଜି୨୦ ସଂସ୍କୃତି କାର୍ଯ୍ୟଗୋଷ୍ଠୀର ଦ୍ୱିତୀୟ ବୈଠକ

By

Published : May 14, 2023, 8:12 PM IST

ଭୁବନେଶ୍ବର: ଆସନ୍ତାକାଲିଠାରୁ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଯାଉଛି ଜି୨୦ ସଂସ୍କୃତି କାର୍ଯ୍ୟଗୋଷ୍ଠୀର ଦ୍ୱିତୀୟ ବୈଠକ । ଏହା ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଚାଲିବ । ବୈଠକରେ ଜି-୨୦ ସଦସ୍ୟ ରାଷ୍ଟ୍ର, ନିମନ୍ତ୍ରିତ ରାଷ୍ଟ୍ର ଏବଂ ବିଭିନ୍ନ ଅନ୍ତର୍ଜାତୀୟ ସଂଗଠନର ପ୍ରତିନିଧିମାନେ ଅଂଶଗ୍ରହଣ କରିବେ । ସଂସ୍କୃତି କ୍ଷେତ୍ରରେ ଦେଖା ଦେଇଥିବା ଗମ୍ଭୀର ସମସ୍ୟା ଉପରେ ବିଚାରବିମର୍ଶ କରିବା ଲାଗି ଏହି ବୈଠକ ଏକ ପ୍ରଯୁଜ୍ୟ ମଞ୍ଚ ହୋଇପାରିବା ନେଇ କେନ୍ଦ୍ର ମନ୍ତ୍ରୀ ଜି. କିଶନ ରେଡ୍ଡୀ କହିଛନ୍ତି ।

ଆସନ୍ତାକାଲି ଠାରୁ ଭୁବନେଶ୍ୱରରେ ଜି୨୦ ସଂସ୍କୃତି କାର୍ଯ୍ୟଗୋଷ୍ଠୀର ଦ୍ୱିତୀୟ ବୈଠକ

ଏଥିପୂର୍ବରୁ ମଧ୍ୟ ପ୍ରଦେଶର ଖଜୁରୋହୋରେ ପ୍ରଥମ ସଂସ୍କୃତି କାର୍ଯ୍ୟଗୋଷ୍ଠୀ ବୈଠକ ଆୟୋଜିତ ହୋଇଥିଲା । ଏହାପରେ ଦୁଇ ମାସ ଧରି ବିଶେଷଜ୍ଞମାନଙ୍କ ଦ୍ୱାରା ବୈଶ୍ୱିକ ପ୍ରସଙ୍ଗ ଉପରେ ଆଧାରିତ ୱେବିନାରରେ ବ୍ୟାପକ ବିଚାରବିମର୍ଶ କରାଯାଇଥିଲା । ଏଥିରୁ ପ୍ରାପ୍ତ ପରିଣାମକୁ ଆଗକୁ ବଢ଼ାଇବା ଉପରେ ଦ୍ୱିତୀୟ ସଂସ୍କୃତି କାର୍ଯ୍ୟଗୋଷ୍ଠୀରେ ଗୁରୁତ୍ୱାରୋପ କରାଯିବ ।

ଆସନ୍ତାକାଲି ଠାରୁ ଭୁବନେଶ୍ୱରରେ ଜି୨୦ ସଂସ୍କୃତି କାର୍ଯ୍ୟଗୋଷ୍ଠୀର ଦ୍ୱିତୀୟ ବୈଠକ

ଭାରତର ଜି୨୦ ଅଧ୍ୟକ୍ଷତାର ସଂସ୍କୃତି ଟ୍ରାକ୍‌ ଅଧୀନରେ ପରିକଳ୍ପନା କରାଯାଇଥିବା ୪ଟି ପ୍ରମୁଖ ପ୍ରାଥମିକତା କ୍ଷେତ୍ର ଉପରେ ସଂସ୍କୃତି କାର୍ଯ୍ୟ ଗୋଷ୍ଠୀର ବୈଠକରେ ଧ୍ୟାନ ଦିଆଯାଇଛି । ଏହି ଚାରିଟି ପ୍ରାଥମିକତା କ୍ଷେତ୍ର ହେଲା, ସାଂସ୍କୃତିକ ସମ୍ପତ୍ତିର ସଂରକ୍ଷଣ ଏବଂ ପୁନଃପ୍ରତିଷ୍ଠା, ଦୀର୍ଘସ୍ଥାୟୀ ଭବିଷ୍ୟତ ପାଇଁ ଜୀବନ୍ତ ଐତିହ୍ୟର ଉପଯୋଗ, ସଂସ୍କୃତି ଏବଂ ସୃଜନଶୀଳ ଉଦ୍ୟୋଗ ଓ ଅର୍ଥବ୍ୟବସ୍ଥାର ପ୍ରୋତ୍ସାହନ ଏବଂ ସଂସ୍କୃତିର ସୁରକ୍ଷା ଓ ସଂରକ୍ଷଣ ପାଇଁ ଡିଜିଟାଲ ପ୍ରଯୁକ୍ତିର ଉପଯୋଗ ।

ଆସନ୍ତାକାଲି ଠାରୁ ଭୁବନେଶ୍ୱରରେ ଜି୨୦ ସଂସ୍କୃତି କାର୍ଯ୍ୟଗୋଷ୍ଠୀର ଦ୍ୱିତୀୟ ବୈଠକ

ଆସନ୍ତାକାଲି ଅର୍ଥାତ୍‌ ମେ’ ୧୪ ତାରିଖରେ ପଦ୍ମଶ୍ରୀ ପୁରସ୍କାର ବିଜେତା ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ଦ୍ୱାରା ପୁରୀ ବେଳାଭୂମିରେ ଏକ ସୁନ୍ଦର ବାଲୁକା କଳା ପ୍ରଦର୍ଶନୀ ଆୟୋଜନ କରାଯିବ । ଏହି ପ୍ରଦର୍ଶନୀର ବିଷୟବସ୍ତୁ ରହିବ ‘ସଂସ୍କୃତି ସମସ୍ତଙ୍କୁ ଏକଜୁଟ୍‌ କରିଥାଏ’ । ଭାରତର ଜି୨୦ ଅଧ୍ୟକ୍ଷତା ଅଧୀନରେ ସଂସ୍କୃତି କାର୍ଯ୍ୟଗୋଷ୍ଠୀ ପକ୍ଷରୁ "ସଂସ୍କୃତି ସମସ୍ତଙ୍କୁ ଏକଜୁଟ୍‌ କରିଥାଏ" ଅଭିଯାନ ଆରମ୍ଭ କରାଯାଇଛି । ବିବିଧ ସଂସ୍କୃତି ଓ ସମୁଦାୟଗୁଡ଼ିକ ମଧ୍ୟରେ ଶାନ୍ତିପୂର୍ଣ୍ଣ ସହାବସ୍ଥାନ ଉପରେ ଆଧାରିତ ବହୁପକ୍ଷବାଦ ଉପରେ ଭାରତର ଅତୁଟ ବିଶ୍ୱାସକୁ ପ୍ରକଟ କରିବା ଲାଗି ଏହି ଅଭିଯାନ ଆରମ୍ଭ ହୋଇଛି । କେନ୍ଦ୍ର ସଂସ୍କୃତି, ପର୍ଯ୍ୟଟନ ମନ୍ତ୍ରୀ ଜି.କିଷନ ରେଡ୍ଡୀ ଏବଂ କେନ୍ଦ୍ର ସଂସ୍କୃତି ଓ ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ଏହାକୁ ଉଦଘାଟନ କରିବେ ।

ସଂସ୍କୃତି କାର୍ଯ୍ୟଗୋଷ୍ଠୀ ବୈଠକରେ ଅଂଶଗ୍ରହଣ କରିବାକୁ ଥିବା ଅତିଥିମାନଙ୍କୁ ବିଭିନ୍ନ ସାଂସ୍କୃତିକ ଅନୁଭୂତି ହାସଲ କରିବାର ସୁଯୋଗ ମିଳିବ । ସେମାନଙ୍କୁ ୟୁନେସ୍କୋ ବିଶ୍ୱ ଐତିହ୍ୟସ୍ଥଳୀ କୋଣାର୍କ ସୂର୍ଯ୍ୟ ମନ୍ଦିର ଏବଂ ଉଦୟଗିରି ଗୁମ୍ଫା ପରିଦର୍ଶନ କରିବାର ସୁଯୋଗ ମିଳିବ । ବିଦେଶାଗତ ଅତିଥିମାନେ ଓଡିଶାର ଗୌରବ ଓଡ଼ିଶୀ, ସିଙ୍ଗାରୀ, ସମ୍ବଲପୁରୀ ଏବଂ ଗୋଟିପୁଅ ଆଦି ଲୋକନୃତ୍ୟର ପ୍ରତ୍ୟକ୍ଷ ଅନୁଭୂତି ମଧ୍ୟ ପଇପାରିବେ ।

ମେ’ ୧୫ ତାରିଖରେ(ଆସନ୍ତାକାଲି) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ସଂସ୍କୃତି, ପର୍ଯ୍ୟଟନ ମନ୍ତ୍ରୀ ଜି. କିଶନ ରେଡ୍ଡୀ, କେନ୍ଦ୍ର ସଂସ୍କୃତି ଓ ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ଏବଂ କେନ୍ଦ୍ର ଗୃହ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟଙ୍କ ଦ୍ୱାରା ଏହି ପ୍ରଦର୍ଶନୀ ଉଦଘାଟିତ ହେବ । ମେ' ୧୬ରୁ ୨୨ ତାରିଖ ପର୍ଯ୍ୟନ୍ତ ପ୍ରଦର୍ଶନୀ ସାଧାରଣ ଲୋକଙ୍କ ପାଇଁ ଖୋଲା ରହିବ । ବ୍ୟାପକ ବିଚାରବିମର୍ଶର ସମାବେଶୀ ପ୍ରକ୍ରିୟା ଜରିଆରେ ଜି-୨୦ ସଦସ୍ୟ ରାଷ୍ଟ୍ର, ନିମନ୍ତ୍ରିତ ରାଷ୍ଟ୍ର ଏବଂ ଅନ୍ତର୍ଜାତୀୟ ସଂଗଠନ ସହିତ ସଂସ୍କୃତି କାର୍ଯ୍ୟ ଗୋଷ୍ଠୀ ମିଳିତ ଭାବେ କାର୍ଯ୍ୟ କରୁଛି ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details