ନୂଆଦିଲ୍ଲୀ:ଦେଶରେ ଦିନକୁ ଦିନ କୋରୋନା ସଂକ୍ରମଣ ଦ୍ରୁତଗତିରେ ବୃଦ୍ଧି ପାଉଥିବା ବେଳେ ରାଜଧାନୀ ଦିଲ୍ଲୀରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟାରେ ବୃଦ୍ଧି ଘଟିଛି । ଦିଲ୍ଲୀର ସାର ଗଙ୍ଗାରାମ ହସ୍ପିଟାଲରେ 37 ଜଣ ଡାକ୍ତର କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ 5 ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ତେବେ ଦିଲ୍ଲୀରେ ଗତ କିଛି ଦିନ ଧରି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ବୃଦ୍ଧି ଘଟିଛି । ପ୍ରତିଦିନ ପ୍ରାୟ 7000ରୁ ଅଧିକ ଲୋକ ସଂକ୍ରମିତ ହେଉଛନ୍ତି । ଗତ ଗୁରୁବାର ଦିଲ୍ଲୀରେ 7 ହଜାର 437 ଜଣ କୋରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ 24 ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀରେ ମୋଟ ମୃତ୍ୟୁ ସଂଖ୍ୟା 11 ହଜାର 157ରେ ପହଞ୍ଚିଛି ।