ଭୁବନେଶ୍ବର:ଆଗାମୀ ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ଭାରତ ମହାସାଗର ଓ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରୀୟ ଅଞ୍ଚଳରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପୂର୍ବାନୂମାନ କରିଛି ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ପୂର୍ବାନୂମାନ ନେଇ ଟ୍ବିଟ ଯୋଗେ ସୂଚନା ଦିଆଯାଇଛି ।
ସେହିପରି ଲଘୁଚାପର ପ୍ରଭାବ ସମ୍ପର୍କରେ ସ୍ପଷ୍ଟ ସୂଚନା ଆକଳନ କରାଯାଇନାହିଁ । ଏହା ସୃଷ୍ଟି ହେବା ପରେ ଓଡିଶା ସମେତ ପୂର୍ବ ଉପକୂଳରେ କଣ ପ୍ରଭାବ ରହିବ ତାହା ପରବର୍ତ୍ତୀ ସମୟରେ ସ୍ପଷ୍ଟ ହେବ ।