ଇଟ୍ଟାନଗର: ଅରୁଣାଚଳ ପ୍ରଦେଶରେ ପ୍ରବଳ ବର୍ଷା ଓ ଭୂସ୍ଖଳନ ହେତୁ 8 ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ଏହାସହ ଅନେକ ଧନଜୀବନ ନଷ୍ଟ ହୋଇଛି । ପାପମ ପେୟାର ଜିଲ୍ଲାର ଟିଗଡୋ ଓ ମୋଦିର୍ଜୋ ଅଞ୍ଚଳରେ ଏହି ଅଘଟଣ ଘଟିଛି । ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ବିଟ କରି ସମେବେଦନା ଜଣାଇଛନ୍ତି । ଏହାସହ ଆବଶ୍ୟକତା ଥିବା ସମସ୍ତଙ୍କୁ ସହାୟତା ଯୋଗାଇ ଦିଆଯାଉଛି ବୋଲି କହିଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ବିଟ କରି କହିଛନ୍ତି ଯେ, ପ୍ରବଳ ବର୍ଷା ଯୋଗୁଁ ଅରୁଣାଚଳ ପ୍ରଦେଶରେ ଭୂସ୍ଖଳନ ଯୋଗୁଁ ପ୍ରାଣ ହରାଇବାରୁ ଦୁଃଖିତ | ମୋର ଚିନ୍ତାଧାରା ଶୋକସନ୍ତପ୍ତ ପରିବାର ସହିତ ଅଛି | ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ। ପ୍ରଭାବିତ ଲୋକଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରାଯାଉଛି ।
ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ପେମା ଖଣ୍ଡୁ ଏହି ଘଟଣାରେ ଶୋକ ପ୍ରକାଶ କରିବା ସହ ଲୋକଙ୍କୁ ଅସୁରକ୍ଷିତ ସ୍ଥାନରେ ରହିବାକୁ ଅନୁରୋଧ କରିଛନ୍ତି । ଏଥିସହ ମୃତକଙ୍କ ପରିବାରକୁ 4 ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି ।