ନୂଆଦିଲ୍ଲୀ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଦେଶର ବିଭିନ୍ନ ସ୍ଥାନରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିର ସମୀକ୍ଷା କରିଛନ୍ତି । କେନ୍ଦ୍ର ଓ ବିଭିନ୍ନ ରାଜ୍ୟ ସରକାର ଏନେଇ କେତେ ପ୍ରସ୍ତୁତ ତାହା ଆଲୋଚନା କରାଯାଇଛି । ସମସ୍ତ ପ୍ରକାର ପରିସ୍ଥିତିକୁ ମୁକାବିଲା କରିବା ପାଇଁ ରାଜ୍ୟ ଓ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
କେନ୍ଦ୍ର ଗୃହମନ୍ତ୍ରୀଙ୍କ ବନ୍ୟାସ୍ଥିତି ସମୀକ୍ଷା - amit shah
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଦେଶର ବିଭିନ୍ନ ସ୍ଥାନରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିର ସମୀକ୍ଷା କରିଛନ୍ତି ।
ଫଟୋ ସୌଜନ୍ୟ: ଏଏନଆଇ
ବିଶେଷ କରି ବିହାର ଓ ଆସାମରେ ତିନି ଚାରି ଦିନ ଧରି ପ୍ରବଳ ବୃଷ୍ଟିପାତ ହୋଇଛି । ଆସନ୍ତା 48ଘଣ୍ଟା ମଧ୍ୟରେ ଏହି ଦୁଇଟି ରାଜ୍ୟରେ ପୁଣି ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେଥିପାଇଁ ସ୍ବତନ୍ତ୍ର ଦୃଷ୍ଟି ଦେବାକୁ ଗୃହମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।