ୱାଶିଂଟନ: ଆମରିକାରେ ମୃତ୍ୟୁର ତାଣ୍ଡବ ରଚିଛି କୋରୋନା ଭାଇରସ । ଚୀନର ଉହାନରୁ ଉତ୍ପତ୍ତି ହୋଇଥିବା ଏହି ମାରାତ୍ମକ ଭାଇରସ କାରଣରୁ ଗତ 24 ଘଣ୍ଟାରେ ଆମେରିକାରେ 1,883 ଜଣ ଲୋକଙ୍କର ମୃତ୍ୟୁ ଘଟିଥିବା ନେଇ ଏଏଫପି ନ୍ୟୁଜ ଏଜେନ୍ସି ଜନ୍ ହପକିନ୍ସ ସୂଚନା ଦେଇଛନ୍ତି ।
ଏହାକୁ ମିଶାଇ ଆମେରିକାରେ କୋରୋନା ମୃତ୍ୟୁ ସଂଖ୍ୟା 65 ହଜାର ଟପିଛି । ଏହାଛଡା ବର୍ତ୍ତମାନ ଆମେରିକାରେ 1 କୋଟିରୁ ଉର୍ଦ୍ଧ୍ବ ଲୋକ କୋରୋନା ଆକ୍ରାନ୍ତ ରହିଛନ୍ତି । ମୋଟ ଆକ୍ରାନ୍ତ ମଧ୍ୟରୁ 9 ଲକ୍ଷରୁ ଉର୍ଦ୍ଧ୍ବ ଆକ୍ରାନ୍ତ ଆକ୍ଟିଭ ରହିଛନ୍ତି ।