ହାଇଦ୍ରାବାଦ: ଉଦ୍ଭିଦ ଓ ଜୀବଜନ୍ତୁଙ୍କ ସମ୍ଭାରରେ ପରିପୂର୍ଣ୍ଣ ଭାରତ ବିଶ୍ୱର ଜୈବ- ବିବିଧତାର ପ୍ରାୟ ୭-୮ ପ୍ରତିଶତ ଅଟେ । ବନ୍ୟଜନ୍ତୁ ଓ ଜୈବ ବିବିଧତାର ସଂରକ୍ଷଣ, ପରିଚାଳନା ତଥା ସୁରକ୍ଷା ସମ୍ବନ୍ଧରେ ଭାରତ ଅନେକ ପ୍ରମୁଖ ଆନ୍ତର୍ଜାତୀୟ ସମ୍ମିଳନୀରେ ଚୁକ୍ତିସ୍ୱାକ୍ଷର କରିଛି ।ବନ୍ୟଜନ୍ତୁ ସଂରକ୍ଷଣ ଏବଂ ସହାବସ୍ଥାନ ଭାରତର ସାଂସ୍କୃତିକ ବୈଶିଷ୍ଟ୍ୟର ଏକ ଅଙ୍ଗ ଭାବେ ରହିଆସିଛି ବୋଲି କହିଛନ୍ତି କେନ୍ଦ୍ର ପ୍ରାକୃତିକ ବାଷ୍ପ ଓ ତୈଳ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।
ସେହିପରି ସେ କହିଛନ୍ତି, Project Tigerର ବଡ଼ ସଫଳତାର ସହ ଭାରତ ଦୁଇ ବର୍ଷ ମଧ୍ୟରେ ବାଘ ସଂଖ୍ୟାକୁ ଦୁଇ ଗୁଣା କରି କୃତିତ୍ୱ ହାସଲ କରିପାରିଛି । ଆମେ କ୍ରମାଗତ ଭାବରେ ସନ୍ତସନ୍ତିଆ ଅଞ୍ଚଳ ଓ ବିଲୁପ୍ତପ୍ରାୟ ପ୍ରଜାତି ଗୁଡ଼ିକର ସୁରକ୍ଷାକୁ ପ୍ରାଧାନ୍ୟ ଦେଇ ଆସୁଛୁ ।