ଭୁବନେଶ୍ବର: ବହୁ ପ୍ରତିକ୍ଷିତ ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରୋଜେକ୍ଟକୁ ଅଧିକ ଧ୍ୟାନ ଦେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । 2020ର ପ୍ରଥମ ‘ପ୍ରଗତି’ ବୈଠକରେ ପ୍ରଧାନମନ୍ତ୍ରୀ ଏହି ପ୍ରକଳ୍ପର ସମୀକ୍ଷା କରିଥିବାରୁ ସେ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି ।
ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରକଳ୍ପ ପ୍ରସଙ୍ଗ; ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ଧର୍ମେନ୍ଦ୍ର
ବହୁ ପ୍ରତିକ୍ଷିତ ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରୋଜେକ୍ଟକୁ ଅଧିକ ଧ୍ୟାନ ଦେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରକଳ୍ପ ପ୍ରସଙ୍ଗ
ଏହି ପ୍ରକଳ୍ପକୁ ଗୁରୁତ୍ବ ଦେଇ ଓଡିଶାକୁ ଗୁରୁତ୍ବ ଦେଇଥିବାରୁ ସେ ପ୍ରଧାନମନ୍ତ୍ରୀଙ୍କୁ ଟ୍ବିଟ୍ କରି ଧନ୍ୟବାଦ ଦେଇଛନ୍ତି । ସୂଚନାଥାଉକି, ଜାନୁଆରୀ 22 ତାରିଖରେ 2020 ମସିହାର ପ୍ରଥମ ‘ପ୍ରଗତି’ ବୈଠକ ହୋଇଥିଲା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ । 2015 ମସିହାରୁ ‘ପ୍ରଗତି’ ବୈଠକ ହୋଇଆସୁଛି ।