ଇଟାନଗର: ଭୂମିକମ୍ପରେ ଥରିଲା ଅରୁଣାଚଳ ପ୍ରଦେଶ । ଶୁକ୍ରବାର ସକାଳ 8ଟା 21 ସମୟରେ ଅରୁଣାଚଳ ପ୍ରଦେଶର ତାୱାଙ୍ଗରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲ ତିବ୍ରତା 3.0 ମ୍ୟାଗ୍ନିଚ୍ୟୁଡ ରେକର୍ଡ କରାଯାଇଥିବା ନ୍ୟାସନାଲ ସେଣ୍ଟର ଫର ସେସ୍ମୋଲୋଜି ସୂଚନା ଦେଇଛନ୍ତି ।
ଭୂମିକମ୍ପରେ ଥରିଲା ଅରୁଣାଚଳ ପ୍ରଦେଶ - ଭୂମିକମ୍ପ
ଶୁକ୍ରବାର ସକାଳ 8ଟା 21 ସମୟରେ ଅରୁଣାଚଳ ପ୍ରଦେଶର ତାୱାଙ୍ଗରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି ।
ଭୂମିକମ୍ପରେ ଥରିଲା ଅରୁଣାଚଳ ପ୍ରଦେଶ
ସେହିପରି ଆଜି ହିମାଚଳ ପ୍ରଦେଶର ଲାହଲ ଓ ସ୍ପିଟିରେ ଭୂମିକମ୍ପର ଝଟକା ଅନୁଭୂତ ହୋଇଛି । ଏହି ଭୂମିକମ୍ପର ରିକ୍ଟର ସ୍କେଲରେ ତୀବ୍ରତା 3.3 ରହିଥିବା ଜାତୀୟ ସେସମୋଲୋଜୀ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ବିଳମ୍ବିତ ରାତି 02:43 ମିନିଟରେ ସମୟରେ ଏହି ଭୂମିକମ୍ପ ଅନୁଭୂତ ହୋଇଥିଲା । ତେବେ ଏହା ପ୍ରଭାବରେ କୌଣସି କ୍ଷୟକ୍ଷତି ହୋଇ ନ ଥିବା ବେଳେ କେହି ମୃତାହତ ହୋଇ ନ ଥିବା ଜଣାପଡିଛି ।