ଶ୍ରୀନଗର: ଜମ୍ମୁ-କାଶ୍ମୀରର ସୋପିଆନରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଛି । ସୋପିଆନର ମୁନନ୍ଦ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ସୁରକ୍ଷାକର୍ମୀଙ୍କୁ ବିଶେଷ ସୂଚନା ମିଳିଥିଲା । ଏହି ସୂଚନା ଆଧାରରେ ସୁରକ୍ଷାକର୍ମୀ ଏବଂ ଜମ୍ମୁ-କାଶ୍ମୀର ପୋଲିସ ମିଳିତ ଭାବରେ ସର୍ଚ୍ଚ ଅପରେଶନ ଆରମ୍ଭ କରିଥିଲେ ।
ସୋପିଆନରେ ସୁରକ୍ଷାକର୍ମୀ-ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର - encounter
ଜମ୍ମୁ-କାଶ୍ମୀରର ସୋପିଆନରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଛି ।
![ସୋପିଆନରେ ସୁରକ୍ଷାକର୍ମୀ-ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ଏନକାଉଣ୍ଟର](https://etvbharatimages.akamaized.net/etvbharat/prod-images/768-512-03:19-903807-encounter-newestest-1806newsroom-1592473754-312.jpg)
ଏନକାଉଣ୍ଟର
ତେବେ ଏହି ସର୍ଚ୍ଚ ଅପରେଶନ ବେଳେ ଆତଙ୍କବାଦୀ ମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳିମାଡ କରିଥିଲେ । ଏହାପରେ ଉଭୟ ପକ୍ଷରୁ ଗୁଳିବିନିମୟ ଆରମ୍ଭ ହୋଇଥିବା ଜମ୍ମୁ-କାଶ୍ମୀର ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି ।