ଓଡିଶା

odisha

By

Published : Jan 27, 2020, 6:43 PM IST

Updated : Jan 27, 2020, 10:48 PM IST

ETV Bharat / bharat

ଜମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ଜଣେ ଆତଙ୍କବାଦୀ ନିହତ

ଜମ୍ମୁ-କାଶ୍ମୀରର ପୃଥକ ପୃଥକ ସ୍ଥାନରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଛି ।  ଏଥିରେ ଜଣେ ଆତଙ୍କବାଦୀ ନିପାତ ହୋଇଥିବା ବେଳେ 3 ଜଣ ସୁରକ୍ଷାକର୍ମୀ ଆହତ ହୋଇଛନ୍ତି । ଅଧିକ ପଢନ୍ତୁ...

encounter
ଏନକାଉଣ୍ଟର

ଶ୍ରୀନଗର: ଜମ୍ମୁ-କାଶ୍ମୀରର କୁଲଗାମରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଛି । ଏଥିରେ 2 ଜଣ ସୁରକ୍ଷାକର୍ମୀ ଆହତ ହୋଇଥିବା ଜଣାପଡିଛି । ସେପଟେ ଜମ୍ମୁ-କାଶ୍ମୀର ଅନନ୍ତନାଗ ଜିଲ୍ଲାର ଆରୁନି ବିଜବିହାରା ଅଞ୍ଚଳରେ ମଧ୍ୟ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଛି । ଏହି ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିପାତ ହୋଇଥିବା ବେଳେ ଜଣେ ଯବାନ ଆହତ ହୋଇଥିବା ଜଣା ପଡିଛି ।

ଏନକାଉଣ୍ଟର

ସୋମବାର କୁଲଗାମ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ସୂଚନା ମିଳିବା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଥିଲା । ଏହି ସମୟରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରେ ଗୁଳିଚାଳନା କରିଥିଲେ । ତେବେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆତଙ୍କବାଦୀଙ୍କୁ ପାଲଟା ଜବାବ ଦିଆଯାଉଛି । ଶେଷ ଖବର ସୁଦ୍ଧା ଉଭୟ ପଟୁ ଗୁଳିଚାଳନା ଜାରି ରହିଛି ।

Last Updated : Jan 27, 2020, 10:48 PM IST

ABOUT THE AUTHOR

...view details