ଶ୍ରୀନଗର: ଜମ୍ମୁ କାଶ୍ମୀରର ବାରମୁଲା ଜିଲ୍ଲାରେ ଆତଙ୍କବାଦୀ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ 3 ଆତଙ୍କବାଦୀ ନିହତ ହୋଇଛନ୍ତି । ଗୁଳି ବିନିମୟ ସମୟରେ ସେନାର ଜଣେ କର୍ମଚାରୀ ମଧ୍ୟ ଆହତ ହୋଇଛନ୍ତି। ବାରମୁଲା ଜିଲ୍ଲାର ୟାଦିପୋରା ପଟ୍ଟାନରେ ଏହି ଏନକାଉଣ୍ଟର ହୋଇଛି ।
ୟାଦିପୋରା ପଟ୍ଟାନ ଅଞ୍ଚଳରେ ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ଗୁଇନ୍ଦା ସୂଚନା ମିଳିବା ପରେ ରାଷ୍ଟ୍ରୀୟ ରାଇଫଲ୍ସ, ଜାମ୍ମୁ କାଶ୍ମୀର ସ୍ପେଶାଲ ଅପରେସନ୍ ଗ୍ରୁପ୍ ଏବଂ ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସର କର୍ମଚାରୀମାନେ ୟାଦିପୋରା ପଟ୍ଟାନରେ ମିଳିତ ଅପରେସନ ଆରମ୍ଭ କରିଥିଲେ। ସମଗ୍ର ଅଞ୍ଚଳକୁ ଘେରାବନ୍ଦୀ କରିବାପରେ ସୁରକ୍ଷାକର୍ମୀ ସର୍ଚ୍ଚ ଅପରେସନ୍ ଆରମ୍ଭ କରିଥିଲେ। ଏହି ସମୟରେ ସେଠାରେ ଲୁଚି ରହିଥିବା ଆତଙ୍କବାଦୀମାନେ ଗୁଳି ବିନିମୟ ଆରମ୍ଭ କରିଥିଲେ। ଏହାପରେ ଉଭୟ ପଟୁ ଗୁଳିବିନିମୟ ଆରମ୍ଭ ହୋଇଥିଲା ।