ଓଡିଶା

odisha

ଅଯୋଧ୍ୟା ମାମଲା: ଶାନ୍ତିଶୃଙ୍ଖଳା ବଜାୟ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ର ଗୃହମନ୍ତ୍ରୀଙ୍କ ନିର୍ଦ୍ଦେଶ

ଶନିବାର ସକାଳ ସାଢେ 10ଟାରେ ବହୁ ଚର୍ଚ୍ଚିତ ଅଯୋଧ୍ୟା ମାମଲାର ରାୟ ପ୍ରକାଶ ପାଇଛି । ଏହା ପରେ ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ବଜାୟ ରଖିବାକୁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ର ଗୃହମନ୍ତ୍ରୀଙ୍କ ନିର୍ଦ୍ଦେଶ ।

By

Published : Nov 9, 2019, 2:00 PM IST

Published : Nov 9, 2019, 2:00 PM IST

ସୁରକ୍ଷା ନେଇ ସମସ୍ତ ମୁଖ୍ୟମନ୍ତ୍ରୀଙ୍କୁ ଗୃହମନ୍ତ୍ରୀଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ: ବହୁ ଚର୍ଚ୍ଚିତ ଏବଂ ପ୍ରତୀକ୍ଷିତ ଅଯୋଧ୍ୟା ମାମଲାର ଚୂଡାନ୍ତ ରାୟ ଶନିବାର ପ୍ରକାଶ ପାଇଛି । ଏ ମାମଲାର ରାୟ ପ୍ରକାଶ ପରେ ସବୁ ରାଜ୍ୟରେ ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟର ସୁରକ୍ଷା ସ୍ଥିତି ସମ୍ପର୍କରେ ସମୀକ୍ଷା କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଏହା ସହିତ ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ବଜାୟ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଗୃହମନ୍ତ୍ରୀ ।

ଶନିବାର ସକାଳ ସାଢେ 10ଟାରେ ସୁପ୍ରିମକୋର୍ଟ ଅଯୋଧ୍ୟା ମାମଲାର ଚୂଡାନ୍ତ ରାୟ ଶୁଣାଇଛନ୍ତି । ବିବାଦୀୟ ଜମିକୁ ରାମ ଜନ୍ମଭୂମି ନ୍ୟାସକୁ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଅର୍ଥାତ ରାମ ମନ୍ଦିର ନିର୍ମାଣ ପଥ ପରିଷ୍କାର ହୋଇଯାଇଛି । ଏହା ସହ ସୁପ୍ରିମକୋର୍ଟ କହିଛନ୍ତି ଯେ, ମୁସଲିମ ପକ୍ଷକୁ ଅନ୍ୟତ୍ର 5 ଏକର ଜମି ଦେବାକୁ ଦେଶର ସର୍ବୋଚ୍ଚ ନ୍ୟାୟାଳୟ ନିର୍ଦ୍ଦେଶ ଦେଇଛନ୍ତି ।

ABOUT THE AUTHOR

...view details