ନୂଆଦିଲ୍ଲୀ: ଦିନକୁ ଦିନ ଦେଶରେ କୋରୋନା ସ୍ଥିତି ଆଣାୟତ ହେବାରେ ଲାଗିଛି । ଏହାରି ମଧ୍ୟରେ ଦେଶରେ 59 ଲକ୍ଷ ପାର କରିଛି କୋରୋନା ମାମଲା । ଏହି କ୍ରମରେ 24 ଘଣ୍ଟାରେ ଦେଶରେ 85,362 ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 1,089 ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 59 ଲକ୍ଷ 3 ହଜାର 933ରେ ପହଞ୍ଚିଛି ।
ଦେଶରେ 59 ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା - india corona
24 ଘଣ୍ଟାରେ ଦେଶରେ 85,362 ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 1,089 ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 59 ଲକ୍ଷ 3 ହଜାର 933ରେ ପହଞ୍ଚିଛି ।
![ଦେଶରେ 59 ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା ଦେଶରେ 59 ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା](https://etvbharatimages.akamaized.net/etvbharat/prod-images/768-512-8943298-944-8943298-1601094574166.jpg)
ଦେଶରେ 59 ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା
ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ 48 ଲକ୍ଷ 49 ହଜାର 585 ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ 9 ଲକ୍ଷ 60 ହଜାର 969 ଆକ୍ରାନ୍ତ ଏବେବି ବିଭିନ୍ନ ମେଡିକାଲରେ ଚିକିତ୍ସିତ ହେଉଛନ୍ତି । ଏହାଛଡା ଏଯାବତ୍ ଦେଶରେ ମାରାତ୍ମକ ଭାଇରସ କାରଣରୁ 93,379 ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା ଶନିବାର କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଦେଇଛନ୍ତି ।