ଓଡିଶା

odisha

ETV Bharat / bharat

2019 ନିର୍ବାଚନୀ ପ୍ରଚାରର ଆଜି ଶେଷ ଦିନ

ଦେଶର ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରଚାର ଶେଷ ହେଉଛି ।

By

Published : May 17, 2019, 9:56 AM IST

ଫଟୋ ସୌଜନ୍ୟ: ସୋସିଆଲ ମିଡିଆ

ନୂଆଦିଲ୍ଲୀ: ଆସନ୍ତା 19 ତାରିଖରେ ହେବାକୁ ଥିବା ଦେଶର ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରଚାର ଶେଷ ହେଉଛି । ଆଜି ସମସ୍ତ ରାଜନୈତିକ ଦଳ ରାଲି ଓ ରୋଡ୍ ଶୋ ମାଧ୍ୟମରେ ଶେଷଥର ପାଇଁ ଭୋଟରମାନଙ୍କ ନିକଟରେ ପହଞ୍ଚିବାକୁ ଚେଷ୍ଟା କରିବେ । ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶରେ ଗତକାଲିଠାରୁ ପଶ୍ଚିମବଙ୍ଗରେ ନିର୍ବାଚନ ପ୍ରଚାର ବନ୍ଦ ହୋଇଛି।

ଫଟୋ ସୌଜନ୍ୟ: ସୋସିଆଲ ମିଡିଆ

ସପ୍ତମ ତଥା ଶେଷ ପର୍ଯ୍ୟାୟ ନିର୍ବାଚନରେ ୫୯ଟି ଲୋକସଭା ଆସନ ଲାଗି ମତଦାନ ହେବ। ପଞ୍ଜାବ ଓ ଉତ୍ତର ପ୍ରଦେଶର ୧୩ଟି ଲେଖାଏ ଆସନ ପାଇଁ ଭୋଟ୍‌ ଗ୍ରହଣ ହେଉଥିବା ବେଳେ ବିହାର ଓ ମଧ୍ୟପ୍ରଦେଶର ୮ଟି ଲେଖାଁଏ ଆସନ, ପଶ୍ଚିମବଙ୍ଗରେ ୯ଟି, ହିମାଚଳ ପ୍ରଦେଶର ୪ଟି, ଝାଡ଼ଖଣ୍ଡର ୩ଟି ଏବଂ ଚଣ୍ଡିଗଡ଼ର ଗୋଟିଏ ଆସନରେ ମତଦାନ ହେବ।

ABOUT THE AUTHOR

...view details