ଓଡିଶା

odisha

ETV Bharat / bharat

ଟ୍ରମ୍ପଙ୍କ ପରେ  ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୋଦି - narendra modi

ମଙ୍ଗଳବାର ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜୋନସନଙ୍କ ସହ ଫୋନ ଯୋଗେ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭାରତ-ବ୍ରିଟେନ ମଧ୍ୟରେ ଥିବା ସମ୍ପର୍କକୁ ମଜବୁତ କରିବା ନେଇ ଦୁହିଁଙ୍କ ମଧ୍ୟରେ ଆଲୋଚନା ହୋଇଛି ।

ଫଟୋ ସୌଜନ୍ୟ: ଏଏନଆଇ

By

Published : Aug 21, 2019, 12:02 AM IST

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପରେ ଏବେ ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ସହ ଫୋନରେ କଥା ହେଲେ ମୋଦି । ମଙ୍ଗଳବାର ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜୋନସନଙ୍କ ସହ ଫୋନ ଯୋଗେ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ବାର୍ତ୍ତାଳାପରେ ମୋଦି ବୋରିସ ଜୋନସନଙ୍କୁ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଥିବାରୁ ଶୁଭେଚ୍ଛା ଜଣାଇଛନ୍ତି । ଏହା ସହିତ ସେ ଭାରତ-ବ୍ରିଟେନ ମଧ୍ୟରେ ଥିବା ସମ୍ପର୍କକୁ ମଜବୁତ କରିବା ନେଇ ଆଲୋଚନା କରିଛନ୍ତି । ଆତଙ୍କବାଦ ବିରୁଦ୍ଧରେ ଲଢିବାର ଆବଶ୍ୟକତା ମଧ୍ୟ ଜୋନସନଙ୍କ ନିକଟରେ ବ୍ୟକ୍ତ କରିଛନ୍ତି ମୋଦି ।

ନିକଟରେ ଲଣ୍ଡନସ୍ଥିତ ଭାରତୀୟ ଉଚ୍ଚାୟୁକ୍ତ ସାମ୍ନାରେ କିଛି ପାକିସ୍ତାନୀ ସମର୍ଥକଙ୍କ ବିଦ୍ରୋହ ପ୍ରଦର୍ଶନ କରିଥିଲେ । ଏହାକୁ ନେଇ ମୋଦିଙ୍କ ନିକଟରେ ଦୁଃଖ ପ୍ରକାଶ କରିଛନ୍ତି ବ୍ରିଟେନ ପ୍ରଧାନମନ୍ତ୍ରୀ । ଏହା ସହିତ ଭାରତୀୟ ଉଚ୍ଚାୟୁକ୍ତର ସୁରକ୍ଷାର ପ୍ରତିଶୃତି ଦେଇଛନ୍ତି । ମୋଦିଙ୍କୁ ତାଙ୍କ ଦ୍ବିତୀୟ କାର୍ଯ୍ୟକାଳ ପାଇଁ ଶୁଭେଚ୍ଛା ମଧ୍ୟ ଜଣାଇଛନ୍ତି ବୋରିସ ଜୋନସନ ।

ABOUT THE AUTHOR

...view details