ନୂଆଦିଲ୍ଲୀ: ଆମ୍ ଆଦମି ପାର୍ଟିର ମୁଖ୍ୟ ଅରବିନ୍ଦ କେଜ୍ରିୱାଲଙ୍କୁ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶକ୍ରମେ 6 ଜଣ ବିଧାୟକଙ୍କୁ ମନ୍ତ୍ରୀ ଭାବରେ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି । ଏହି 6 ଜଣ ମନ୍ତ୍ରୀ ଫେବୃଆରୀ 16ରେ କେଜ୍ରିୱାଲଙ୍କ ସହ ଶପଥ ଗ୍ରହଣ କରିବେ । ମନ୍ତ୍ରୀ ଭାବରେ ନିଯୁକ୍ତି ପାଇଥିବା ବିଧାୟକଙ୍କ ମଧ୍ୟରେ ଅଛନ୍ତି ମନୀଷ ସିସୋଦିଆ, ସତ୍ୟେନ୍ଦ୍ର ଜୈନ, ଗୋପାଳ ରାୟ, କୈଳାଶ ଗେହଲଟ, ଇମ୍ରାନ ହୁସୈନ ଏବଂ ରାଜେନ୍ଦ୍ର ଗୌତମ । ଏନେଇ ଶୁକ୍ରବାର ସରକାରଙ୍କ ପକ୍ଷରୁ ଅଧିସୂଚନା ଜାରି କରି କୁହାଯାଇଛି ।
ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ପାଇଲେ କେଜ୍ରିୱାଲ - kejriwal next delhi cm
ଆମ୍ ଆଦମି ପାର୍ଟିର ମୁଖ୍ୟ ଅରବିନ୍ଦ କେଜ୍ରିୱାଲଙ୍କୁ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶକ୍ରମେ 6 ଜଣ ବିଧାୟକଙ୍କୁ ମନ୍ତ୍ରୀ ଭାବରେ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି । ଅଧିକ ପଢନ୍ତୁ...
ସରକାରଙ୍କ ଅଧିସୂଚନାରେ କୁହାଯାଇଛି ଯେ, 'ଅରବିନ୍ଦ କେଜ୍ରିୱାଲଙ୍କୁ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ଦେଇ ରାଷ୍ଟ୍ରପତିଙ୍କୁ ଖୁବ ଖୁସି ଅନୁଭବ ହୋଇଛି । ତାଙ୍କର ଏହି ନିଯୁକ୍ତି ଶପଥ ଗ୍ରହଣ ଦିନଠାରୁ କାର୍ଯ୍ୟକାରୀ ହେବ । ରାଷ୍ଟ୍ରପତି ତତ୍କାଳ ପ୍ରଭାବରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏବଂ ତାଙ୍କ ମନ୍ତ୍ରୀ ପରିଷଦର ଇସ୍ତଫା ପତ୍ର ଗ୍ରହଣ କରିଛନ୍ତି । କେଜ୍ରିୱାଲ ନୂଆ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବା ପର୍ଯ୍ୟନ୍ତ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରୁଥିବେ ।'
ସୂଚନାଯୋଗ୍ୟ ଯେ, ଦିଲ୍ଲୀ ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ହାସଲ କରି ପୁଣିଥରେ ସରକାର ଗଢିବାକୁ ଯାଉଛି ଅରବିନ୍ଦ କେଜ୍ରିୱାଲଙ୍କ ନେତୃତ୍ୱାଧିନ ଆମ ଆଦମି ପାର୍ଟି(ଆପ୍)। ଦିଲ୍ଲୀର ୭୦ ବିଧାନସଭା ଆସନରୁ ୬୨ଟି ସିଟ୍ ପାଇବା ପରେ ଲଗାତର ତୃତୀୟ ଥର ପାଇଁ ଦିଲ୍ଲୀର ଶାସନ ଗାଦିରେ ବସିବାକୁ ଯାଉଛନ୍ତି ଆପ୍ ମୁଖ୍ୟ ଅରବିନ୍ଦ କେଜ୍ରିୱାଲ।