ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ନାରୀ ସଶକ୍ତିକରଣ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ନାରୀ ଶକ୍ତି ପୁରସ୍କାର ପ୍ରଦାନ କରିଛନ୍ତି । ରବିବାର ରାଷ୍ଟ୍ରପତି ଭବନ କଲଚରାଲ ସେଣ୍ଟରରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଏହି ପୁରସ୍କାର ପ୍ରଦାନ କରିଛନ୍ତି ।
ମହିଳା ଓ ଶିଶୁକଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏହି ସମ୍ମାନ ପ୍ରଦାନ କରାଯାଉଛି । ପ୍ରତିବର୍ଷ ମାର୍ଚ୍ଚ 8 ତାରିଖରେ ନାରୀ ସଶକ୍ତିକରଣ ପାଇଁ ଏହି ସମ୍ମାନ ପ୍ରଦାନ କରାଯାଇ ଆସୁଛି ।