ଓଡିଶା

odisha

ETV Bharat / bharat

ମତଦାନ ଅଧିକାର ସାବ୍ୟସ୍ତ କଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ଆରମ୍ଭ ହୋଇଛି ୨୦୧୯ ଲୋକସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟ ଭୋଟ ଗ୍ରହଣ । ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଷ୍ଟ୍ରପତି ଭବନରେ ଥିବା ବୁଥ୍‌ରେ ତାଙ୍କ ଭୋଟ ଦେଇଛନ୍ତି ।

By

Published : May 12, 2019, 9:55 AM IST

ଫଟୋ ସୌଜନ୍ୟ: ଏନଏଆଇ

ନୂଆଦିଲ୍ଲୀ: ଆରମ୍ଭ ହୋଇଛି ୨୦୧୯ ଲୋକସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟ ଭୋଟ ଗ୍ରହଣ । 7ଟି ରାଜ୍ୟର ୫୯ଟି ଆସନ ପାଇଁ ଏଥିରେ ମତଦାନ ହେଉଛି । ମତଦାନ ସକାଳ ୭ଟାରୁ ଆରମ୍ଭ ହୋଇଛି ଏବଂ ସନ୍ଧ୍ୟା ୫ଟା ଯାଏଁ ଚାଲିବ । ୧୦ କୋଟି ୧୭ ଲକ୍ଷରୁ ଅଧିକ ଭୋଟର ଭୋଟ ଦେବାକୁ ଯାଉଛନ୍ତି ।

ଫଟୋ ସୌଜନ୍ୟ: ଏନଏଆଇ

ଏହି ଭୋଟରଙ୍କ ମଧ୍ୟରେ ରାମନାଥ କୋବିନ୍ଦ ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଷ୍ଟ୍ରପତି ଭବନରେ ଥିବା ବୁଥ୍‌ରେ ତାଙ୍କ ଭୋଟ ଦେଇଛନ୍ତି ।


ଏଠାରେ ଉଲ୍ଲେଖଯୋଗ୍ୟ ଯେ ବିହାରର ୮ଟି, ହରିୟାଣାର ୧୦ଟି, ଝାଡଖଣ୍ଡର ୪ଟି, ମଧ୍ୟପ୍ରଦେଶର ୮ଟି, ଉତ୍ତରପ୍ରଦେଶର ୧୪ଟି, ପଶ୍ଚିମବଙ୍ଗର ୮ଟି, ଦିଲ୍ଲୀର ୭ଟି ଲୋକସଭା ଆସନ ପାଇଁ ଭୋଟ ପଡ଼ୁଛି ।

For All Latest Updates

ABOUT THE AUTHOR

...view details