ଓଡିଶା

odisha

By

Published : Aug 19, 2020, 4:15 PM IST

ETV Bharat / bharat

ଫୁସଫୁସ ସଂକ୍ରମଣରେ ଆକ୍ରାନ୍ତ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ

ଭାରତର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ଫୁସଫୁସ ସଂକ୍ରମଣ ହୋଇଥିବା ଦିଲ୍ଲୀର ଆର୍ମି ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି । ଅଧିକ ପଢନ୍ତୁ...

ଫୁସଫୁସ ସଂକ୍ରମଣରେ ଆକ୍ରାନ୍ତ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ
ଫୁସଫୁସ ସଂକ୍ରମଣରେ ଆକ୍ରାନ୍ତ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ

ନୂଆଦିଲ୍ଲୀ: ଭାରତର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥା ଦିନକୁ ଦିନ ଖରାପ ସ୍ଥିତିକୁ ଗତି କରୁଛି । ପୂର୍ବରୁ ମୁଣ୍ଡରେ ରକ୍ତ ଜମାଟ ବାନ୍ଧିଥିବାରୁ ପ୍ରଣବଙ୍କ ଅସ୍ତ୍ରୋପଚାର ହୋଇଥିବା ବେଳେ ଏବେ ତାଙ୍କର ଫୁସଫୁସ ସଂକ୍ରମଣ ହୋଇଥିବା ଦିଲ୍ଲୀର ଆର୍ମି ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି ।

84 ବର୍ଷୀୟ ପ୍ରଣବଙ୍କୁ ଅଗଷ୍ଟ 10ରେ ଦିଲ୍ଲୀର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ କୌଣସି ସୁଧାର ପରିଲକ୍ଷିତ ହେଉନଥିବା ବେଳେ ସେ ଏବେ ବି ଭେଣ୍ଟିଲେଟରରେ ଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଛି ।

ଅନ୍ୟପକ୍ଷେ ବାପାଙ୍କ ସ୍ବାସ୍ଥ୍ୟବସ୍ଥାରେ ଧିରେଧିରେ ସୁଧାର ଆସୁଥିବା ପ୍ରଣବଙ୍କ ପୁଅ ଅଭିଜିତ ମୁଖାର୍ଜୀ କହିଥିଲେ । ପ୍ରଣବଙ୍କ ମୁଣ୍ଡରେ ରକ୍ତ ଜମାଟ ବାନ୍ଧି ଥିବାରୁ ତାଙ୍କର ଅସ୍ତ୍ରୋପଚାର କରାଯାଇଥିଲା । ତେବେ ଏହି ସମୟରେ ସେ କୋରୋନାରେ ମଧ୍ୟ ସଂକ୍ରମିତ ହୋଇଥିଲେ । ସେବେଠୁ ପ୍ରଣବ କୋମାରେ ଅଛନ୍ତି ।

ABOUT THE AUTHOR

...view details