ନୂଆଦିଲ୍ଲୀ: ଦୁଇ ଦିନିଆ ଭାରତ ଗସ୍ତରେ ଆସିଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କର ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହିତ ଦ୍ବିପାକ୍ଷିକ ଆଲୋଚନାର କାର୍ଯ୍ୟକ୍ରମ ରହିଛି । ଦିଲ୍ଲୀ ସ୍ଥିତ ହାଇଦ୍ରାବାଦ ହାଉସରେ ଦୁହିଁଙ୍କ ମଧ୍ୟରେ ଆଲୋଚନା ହେବ ।
ପ୍ରଥମେ ସକାଳ 10ଟାରେ ଟ୍ରମ୍ପଙ୍କୁ ରାଷ୍ଟ୍ରପତି ଭବନରେ ଟ୍ରମ୍ପଙ୍କୁ ସ୍ବାଗତ କରାଯିବ । ପରେ 10.30ରେ ଡୋନାଲ୍ଡ ଟ୍ରମ୍ପ ରାଜଘାଟ ସ୍ଥିତ ମହାତ୍ମା ଗାନ୍ଧୀଙ୍କ ସମାଧିସ୍ଥଳରେ ଶ୍ରଦ୍ଧାଞ୍ଜଳି ଦେବେ ।