ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଜେରା ପାଇଁ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେସିଆରଙ୍କ ଝିଅ କବିତାଙ୍କୁ ସମନ ଜାରି କରିଛି ସିବିଆଇ(CBI summons Telangana CM daughter) । ଡିସେମ୍ବର ୬ ତାରିଖ ଅପରାହ୍ନ ୧୧ଟା ସମୟରେ ବିଧାନ ପରିଷଦ ସଦସ୍ୟା କବିତାଙ୍କୁ ଜେରା ପାଇଁ ହାଜର ହେବାକୁ କୁହାଯାଇଛି । ଏହି ମଦ ଦୁର୍ନୀତି ମାମଲାରେ ତାଙ୍କର ସମ୍ପୃକ୍ତି ରହିଥିବା ପୂର୍ବରୁ ଇଡି କୋର୍ଟରେ ଦାଖଲ କରିଥିବା ରିପୋର୍ଟରେ ଉଲ୍ଲେଖ କରିଛି ।
ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ସୂଚନା ମୁତାବକ, ସାଉଥ୍ ଗ୍ରୁପ ନୂଆ ଅବକାରୀ ନୀତି ଲାଗୁ ସମୟରେ ଆପ୍ ସରକାରଙ୍କୁ ୧୦୦ କୋଟି ଟଙ୍କା ଦେଇଥିଲା । ଆଉ MLC କବିତା ଏହି ଗ୍ରୁପର ପ୍ରମୁଖ ସଦସ୍ୟ ଥିଲେ । ଦୁର୍ନୀତି ଚାଲିଥିବା ସମୟର ପ୍ରମାଣ ନଷ୍ଟ କରିବା ପାଇଁ ୧.୩୮ କୋଟି ଟଙ୍କାର ମୋଟ ୧୭୦ଟି ଫୋନ ନଷ୍ଟ କରାଯାଇଥିଲା । ଏହାମଧ୍ୟରୁ ୧୦ଟି ଫୋନ କବିତାଙ୍କର ଥିଲା । ତେଣୁ ଏହି ଦୁର୍ନୀତିରେ(Delhi liquor policy) ତାଙ୍କର ସମ୍ପୃକ୍ତି ଥିବା ନେଇ କେତେକ ପ୍ରମାଣ ମିଳିବା ପରେ ତାଙ୍କୁ ଜେରା କରିବାକୁ ସମନ କରାଯାଇଛି ।