ଭୁବନେଶ୍ବର:ଆନ୍ଧ୍ରପ୍ରଦେଶ ଗୁଣ୍ଟୁର ଜିଲ୍ଲାରେ ବିଦ୍ୟୁତ ସଂସ୍ପର୍ଶରେ ଆସି ୬ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୃତ ଶ୍ରମିକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ଲେଖାଁଏ ସହାୟତା ପ୍ରଦାନ କରିବ ଆନ୍ଧ୍ରପ୍ରଦେଶ ସରକାର । ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ । ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ବିଟ ଯୋଗେ ଏହି ସୂଚନା ଦିଆଯାଇଛି ।
ମୁଖ୍ୟମନ୍ତ୍ରୀ ଜଗନ କହିଛନ୍ତି, ବାହାର ରାଜ୍ୟରୁ ଜୀବିକା ପାଇଁ ଆମ ରାଜ୍ୟକୁ ଆସୁଥିବା ପ୍ରବାସୀ ଶ୍ରମିକମାନଙ୍କୁ ଏପରି ପରିସ୍ଥିତିରେ ମାନବିକ ସହାୟତା ପ୍ରଦାନ କରାଯିବାର ଆବଶ୍ୟକତା ରହିଛି ।