ଓଡିଶା

odisha

ETV Bharat / bharat

Delhi Munda Fire: ମୃତ୍ୟୁ ସଂଖ୍ୟା ୨୭କୁ ବୃଦ୍ଧି, ବିଲ୍ଡିଂ ମାଲିକ ଫେରାର - ବାଣିଜ୍ୟିକ ପ୍ରତିଷ୍ଠାନରେ ଅଗ୍ନିକାଣ୍ଡ

ଦିଲ୍ଲୀରେ ତିନି ମହଲା ବିଶିଷ୍ଟ ବାଣିଜ୍ୟିକ ପ୍ରତିଷ୍ଠାନରେ ଅଗ୍ନିକାଣ୍ଡ ଘଟଣାରେ ମୃତ୍ୟୁ ସଂଖ୍ୟା ୨୭କୁ ବୃଦ୍ଧି । ଶୋକପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଅଧିକ ପଢନ୍ତୁ

ଦିଲ୍ଲୀ ଅଗ୍ନିକାଣ୍ଡ ଘଟଣା: ମୃତ୍ୟୁ ସଂଖ୍ୟା ୨୭କୁ ବୃଦ୍ଧି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ
ଦିଲ୍ଲୀ ଅଗ୍ନିକାଣ୍ଡ ଘଟଣା: ମୃତ୍ୟୁ ସଂଖ୍ୟା ୨୭କୁ ବୃଦ୍ଧି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ

By

Published : May 14, 2022, 8:16 AM IST

Updated : May 14, 2022, 9:25 AM IST

ନୂଆଦିଲ୍ଲୀ: ଦିଲ୍ଲୀରେ ତିନି ମହଲା ବିଶିଷ୍ଟ ବାଣିଜ୍ୟିକ ପ୍ରତିଷ୍ଠାନରେ ଅଗ୍ନିକାଣ୍ଡ ଘଟଣାରେ ମୃତ୍ୟୁ ସଂଖ୍ୟା ୨୭କୁ ବୃଦ୍ଧି ହୋଇଛି । ଏଥିସହ ୧୧ ଜଣ ଆହତ ହୋଇଛନ୍ତି । ଅନେକ ଲୋକ ଏପର୍ଯ୍ୟନ୍ତ ଫସି ରହିଥିବାବେଳେ ସେଥିମଧ୍ୟରୁ ୫୦ ଜଣଙ୍କୁ ଉଦ୍ଧାର କରାଯାଇଥିବା ସୂଚନା ଦେଇଛନ୍ତି DSP ସମିର ଶର୍ମା । ଅଗ୍ନିକାଣ୍ଡ ଘଟିଥିବା ତିନିମହଲା ବିଲଡିଂରେ ଫାୟାର NOC ନଥିବା ଜଣାପଡିବା ପରେ ଏହାର ମାଲିକ ମନୀଷ ଲାକ୍ରା ଫେରାର ହୋଇଯାଇଥିବା ଜଣାପଡିଛି । ଏହି ଘଟଣାରେ ଏକ ମାମଲା ରୁଜୁ କରାଯାଇ କମ୍ପାନୀ ମାଲିକଙ୍କୁ ଅଟକ ରଖାଯାଇଥିବା DSP ସମୀର ଶର୍ମା କହିଛନ୍ତି ।

ସୂଚନା ଅନୁସାରେ, ଗତକାଲି(ଶୁକ୍ରବାର) ସନ୍ଧ୍ୟା ସମୟରେ ଦିଲ୍ଲୀର ମୁଣ୍ଡକା ମେଟ୍ରୋ ଷ୍ଟେସନ ନିକଟରେ ଥିବା ଏହି ତିନି ମହଲା ବିଶିଷ୍ଟ ବାଣିଜ୍ୟିକ ପ୍ରତିଷ୍ଠାନରେ କୌଣସି କାରଣରୁ ନିଆଁ ଲାଗି ଯାଇଥିଲା । ଏନେଇ ଖବର ପାଇ ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ଏହି ଦୁଃଖ ଘଟଣା ନେଇ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଟ୍ବିଟ କରି ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହ ସମସ୍ତ ଆହତଙ୍କ ଶୀଘ୍ର ସୁସ୍ଥ ହେବାନେଇ କାମନା କରିଛନ୍ତି । ଏହି ଘଟଣାରେ ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କା ଓ ଆହତଙ୍କୁ ୫୦ ଲକ୍ଷଟଙ୍କା ଲେଖାଏଁ କ୍ଷତିପୂରଣ ରାଶି ପ୍ରଦାନ ପାଇଁ ଘୋଷଣା କରାଯାଇଛି । ଗୃହମନ୍ତ୍ରୀ ଅମିତ ଶାହା, କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମଧ୍ୟ ଶୋକପ୍ରକାଶ କରିଛନ୍ତି ।

Last Updated : May 14, 2022, 9:25 AM IST

ABOUT THE AUTHOR

...view details