ଡିସପୁର: ଭାରତର ଉତ୍ତର-ପୂର୍ବ ରାଜ୍ୟ ଗୁଡିକର 3ଟିସ୍ଥାନରେ ଆଜି ସକାଳେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ତଥ୍ୟ ଅନୁଯାୟୀ ରିକ୍ଟର ସ୍କେଲରେ 4.1 ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପ ଆସାମର ତେଜପୁରରେ ହୋଇଥିଲା । ଭୂକମ୍ପର କେନ୍ଦ୍ରସ୍ଥଳ ତେଜପୁରର 36 କିଲୋମିଟର ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଅବସ୍ଥିତ।
ଏହା ପୂର୍ବରୁ ମଣିପୁରର ମୋଇରଙ୍ଗର୍ 3.0 ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପ ଝଟକା ଅନୂଭୁତ ହୋଇଥିଲା । ଏହି ଭୂକମ୍ପର କେନ୍ଦ୍ରସ୍ଥଳ ମୋୟରାଙ୍ଗର 39 କିଲୋମିଟର ପୂର୍ବ-ଦକ୍ଷିଣ ପୂର୍ବରେ ଅବସ୍ଥିତ।