ଶ୍ରୀନଗର:ପୁଣି ସୀମାରେ ଫୁଟିଲା ଗୁଳି । ଜମ୍ମୁ କାଶ୍ମୀର ସୋପିଆନ ଜିଲ୍ଲାର ଲାରି ଅଞ୍ଚଳରେ ସୁରକ୍ଷାବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ଏନେଇ ଜମ୍ମୁ କାଶ୍ମୀର ପୋଲିସ ପକ୍ଷରୁ ସୂଚନା ମିଳିଛି ।
ସୂଚନା ଅନୁସାରେ, ବୁଧବାର ବିଳମ୍ବିତ ରାତିରେ ସୋପିଆନ ଜିଲ୍ଲାର ଲାରି ଅଞ୍ଚଳରେ ଆତଙ୍କୀ ଲୁଚି ରହିଥିବା ନେଇ ସୁରକ୍ଷା ବାହିନୀକୁ ଖବର ମିଳିଥିଲା । ପରେ ପୁରା ଅଞ୍ଚଳକୁ ଘେରାବନ୍ଧୀ କରି ନେଇଥିଲେ ସୁରକ୍ଷାବାହିନୀ । ପରେ ଆତଙ୍କୀମାନେ ସୁରକ୍ଷାବାହିନୀଙ୍କ ଉପରକୁ ଆଖିବୁଜା ଗୁଳିମାଡ କରିଥିଲେ । ଯାହାର ପ୍ରତି ଜବାବ ଦେଇଥିଲା ସେନା ।