ଶ୍ରୀନଗର: ସୀମାରେ ଫୁଟିଲା ଗୁଳି । ଜମ୍ମୁ କାଶ୍ମୀର ସୋପିଆନର କାପରେନ ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ସ୍ଥାନୀୟ ଅଞ୍ଚଳରେ ଆତଙ୍କବାଦୀ ଲୁଚି ରହିଥିବା ନେଇ ଗୁଇନ୍ଦାରୁ ଖବର ମିଳିବା ପରେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲା ସୁରକ୍ଷାକର୍ମୀ । ଏନେଇ ଜମ୍ମୁ କାଶ୍ମୀର ପୋଲିସ ତରଫରୁ ସୂଚନା ପ୍ରଦାନ କରାଯାଇଥିଲା । ଦୀର୍ଘ 1 ଘଣ୍ଟା ଧରି ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ଏଥରେ ଜଣେ ଆତଙ୍କୀକୁ ନିପାତ କରିଛି ସୁରକ୍ଷାକର୍ମୀ । ସର୍ଚ୍ଚ ଅପରେସନ ଜାରିଥିବା କହିଛନ୍ତି ଏଡିଜିପି ।
ମିଳିଥିବା ସୂଚନା ଅନୁୟାୟୀ, କାପରେନ ଅଞ୍ଚଳରେ ଆତଙ୍କବାଦୀ ଲୁଚି ରହିଥିବାନେଇ ଏକ ବିଶେଷ ସୁତ୍ରରୁ ଖବର ପାଇଥିଲା ସୁରକ୍ଷାବାହୀନି । ଏହା ପରେ ଫୋର୍ସ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ । ସେନାର 44 ରାଷ୍ଟ୍ରିୟ ରାଇଫଲ୍ସ (Rashtriya Rifles) ଏବଂ ଜମ୍ମୁ କାଶ୍ମୀର ପୋଲିସ ମିଳିତ ଭାବେ ଉକ୍ତ ସ୍ଥାନକୁ ଘେରାବନ୍ଦୀ କରି ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ । ଦୀର୍ଘ 1ଘଣ୍ଟାର ଗୁଳିବିନମୟ ପରେ ଜୈସ ଏ ମହମ୍ମଦର ଜଣେ ଆତଙ୍କୀ କାମରାନକୁ ନିପାତ କରିଛି ସୁରକ୍ଷାବାହିନୀ । ସେ କୁଲଗାମ ଓ ସୋପିଆନ ଅଞ୍ଚଳରେ ସକ୍ରିୟ ଥିଲା । ତାଠୁ ବିସ୍ଫୋରକ ସାମଗ୍ରୀ ମଧ୍ୟ ଜବତ ହୋଇଛି । ବର୍ତ୍ତମାନ ସର୍ଚ୍ଚ ଅପରେସନ ଜାରି ରହିଛି । ଏନେଇ ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି ।