ନୂଆଦିଲ୍ଲୀ: ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଆସନ୍ତାକାଲି(ମଙ୍ଗଳବାର) 3 ଦିନିଆ ଶ୍ରୀଲଙ୍କା ଗସ୍ତ କରିବେ । ଏହି ଗସ୍ତରେ ସେ ଶ୍ରୀଲଙ୍କାର ବୈଦେଶିକ ମନ୍ତ୍ରୀ ଦିନେଶ ଗୁନାଓ୍ବାରଦେନାଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି ।
ପ୍ରତିରକ୍ଷା ମନ୍ତ୍ରୀଙ୍କ ଏହି 3 ଦିନିଆ ଗସ୍ତ 5 ତାରିଖରୁ 7 ତାରିଖ ପର୍ଯ୍ୟନ୍ତ ସ୍ଥିର କରାଯାଇଛି । ଚଳିତ ବର୍ଷ ବୈଦେଶିକ ମନ୍ତ୍ରୀଙ୍କ ଏହା ପ୍ରଥମ ବିଦେଶ ଗସ୍ତ ହୋଇଥିବାବେଳେ ଏହି ଗସ୍ତରେ ଦୁଇ ଦେଶ ମଧ୍ୟରେ ବିଭିନ୍ନ ଦ୍ବୀପାକ୍ଷିକ ପ୍ରସଙ୍ଗରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି ।