ଲକ୍ଷ୍ନୌ :ଉତ୍ତରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂ ସ୍ବାସ୍ଥ୍ୟବସ୍ଥା ଭଲ ରହିଛି । ଏନେଇ ଲକ୍ଷ୍ନୌର ଏସଜିପିଜିଆଇ ମେଡିକାଲ ପକ୍ଷରୁ ଏକ ହେଲଥ ବୁଲେଟିନ ଜାରି କରାଯାଇଛି । ଏସଜିପିଜିଆଇର ନିର୍ଦ୍ଦେଶକ ପ୍ରଫେସର କହିଛନ୍ତି ଯେ, ତାଙ୍କର ପ୍ରତିଦିନ ସ୍ବାସ୍ଥ୍ୟ ଯାଞ୍ଚ କରାଯାଉଛି । ସ୍ବାସ୍ଥ୍ୟବସ୍ଥା ଉପରେ ନଜର ରଖାଯାଇଛି । ସେ ବିଭିନ୍ନ ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ସହ କଥାବାର୍ତ୍ତା ମଧ୍ୟ କରିପାରୁଛନ୍ତି ।
ୟୁପି ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂ ଜୁଲାଇ 4ରେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ସଞ୍ଜୟ ଗାନ୍ଧୀ ପୋଷ୍ଟ ଗ୍ରାଜୁଏଟ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ କଲେଜରେ ଭର୍ତ୍ତି କରାଯାଇଥିଲା । ସ୍ବାସ୍ଥ୍ୟବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଆଇସିୟୁରେ ରଖାଯାଇଥିଲା ।