ଶ୍ରୀନଗର: ଦକ୍ଷିଣ କାଶ୍ମୀରର ଅନନ୍ତନାଗ ଜିଲ୍ଲାର ଶ୍ରୀଗୁଫୱାରାର ଶାଲଗୁଲ ଜଙ୍ଗଲ ଅଞ୍ଚଳରେ ଏନକାଉଣ୍ଟର ଆରମ୍ଭ ହୋଇଛି। ଏହି ଏନକାଉଣ୍ଟରରେ 4 ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି ।
ସୁରକ୍ଷା ବାହିନୀ ପକ୍ଷରୁ ସନ୍ଦିଗ୍ଧ ସ୍ଥାନରେ ଲୁଚି ରହିଥିବା ଆତଙ୍କବାଦୀଙ୍କ ଏନକାଉଣ୍ଟର କରିଛନ୍ତି । ତେବେ ଅନନ୍ତନାଗ ଜିଲ୍ଲାରେ ଇଣ୍ଟରନେଟ୍ ସେବାକୁ ବନ୍ଦ କରାଯାଇଛି । CRPF ସୂତ୍ର ଅନୁସାରେ, ଅନନ୍ତନାଗରେ ଚାଲିଥିବା ଏନକାଉଣ୍ଟର ସ୍ଥାନରେ 2-3 ଆତଙ୍କବାଦୀ ଫସି ରହିଥିବା ଜଣାପଡିଥିଲା । ସୁରକ୍ଷା ବାହିନୀ ଏହି ଅଞ୍ଚଳକୁ ଘେରିଥିଲେ । ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ନିର୍ଦ୍ଦିଷ୍ଟ ସୂଚନା ଆଧାରରେ ସର୍ଚ୍ଚ ଅପରେସନ ଆରମ୍ଭ କରିବା ପରେ ଗୁଳି ବିନିମୟ ଆରମ୍ଭ ହୋଇଥିଲା।