ଓଡିଶା

odisha

ETV Bharat / bharat

ନଭେମ୍ବର 21 ରାଶିଫଳ: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ଆଜି କେମିତି ରହିବ ଆପଣଙ୍କ ଦିନ। ଜାଣିବା ପାଇଁ ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ

ନଭେମ୍ବର 21 ରାଶିଫଳ: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ
ନଭେମ୍ବର 21 ରାଶିଫଳ: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

By

Published : Nov 21, 2022, 12:02 AM IST

ମେଷ: ଆଜିର ଦିନଟି ଆପଣଙ୍କ ପାଇଁ ଶୁଭଫଳଦାୟକ ଅଟେ । ଆପଣ ପ୍ରତି ପଦକ୍ଷେପରେ ଅତି ସହଜରେ ସଫଳତା ସ୍ୱାଦ ଚାଖିବେ । ସବୁ ସ୍ଥଳରେ ଆପଣଙ୍କ ମନ ପ୍ରଫୁଲ୍ଳ ରହିବ । ପାରିବାରିକ ଜୀବନରେ ଶାନ୍ତି ବିରାଜମାନ କରିବା ସଙ୍ଗେସଙ୍ଗେ ହସ ଖୁସିରେ ଦିନଟି କଟିବ । ତେଣୁ ଏହି ଅବସରରେ ଆପଣ ନିଜର ବନ୍ଧୁ ଓ ପରିବାରର ସଦସ୍ୟଙ୍କୁ ସଙ୍ଗରେ ନେଇ ଦୂର ୟାତ୍ରା କରିବାର ଯୋଜନା କରନ୍ତୁ । ସାମାଜିକ ସ୍ତରରେ ଆପଣଙ୍କର ସମ୍ମାନ ବୃଦ୍ଧି ପାଇବ । ବୃତ୍ତିଗତ କ୍ଷେତ୍ରରେ କାର୍ଯ୍ୟକରିବାରେ କୌଣସି ପ୍ରତିବନ୍ଧକ ନ ଆସି କାମ ସୁରୁଖୁରୁରେ ସମ୍ପନ୍ନ ହେବ ଏବଂ ଅର୍ଥଲାଭ ହୋଇପାରେ ।

ବୃଷ: ଆଜି ଦିନଟି ଆପଣଙ୍କୁ ମିଶ୍ରିତ ଫଳ ପ୍ରଦାନ କରିପାରେ । ଆପଣ ଆୟ ବ୍ୟୟ ର ହିସାବକୁ ତନ୍ନତନ୍ନ କରି ପରୀକ୍ଷା କରି ଖର୍ଚ୍ଚ କରନ୍ତୁ । ଆଜି ଦିନଟିରେ ବିଦ୍ୟାର୍ଥୀମାନେ ନିଜ ବିଦ୍ୟାଳୟରେ କିମ୍ଵା ପଢାପଢିରେ କିଛି ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଅପରାହ୍ନ ପରେ ଅବସ୍ଥାରେ ପରିବର୍ତ୍ତନ ଘଟି ସୁଖ ଓ ସମୃଦ୍ଧିର ବାତାବରଣ ଦେଖାଦେବ । ଦିବସର ପ୍ରଥମାର୍ଦ୍ଧରେ ଶାରୀରିକ ଅସୁସ୍ଥତା କ୍ରମେକ୍ରମେ ସୁସ୍ଥ ହେବ । ଏପରିକି ଅଫିସରେ ଆପଣଙ୍କର ସହକର୍ମୀମାନେ ଆପଣଙ୍କୁ ସହୟୋଗ ପ୍ରଦାନ କରିବେ । ଆପଣଙ୍କ ପ୍ରତିଦ୍ୱନ୍ଦୀ ମାନେ ପରାଜୟ ବରଣ କରିବେ ।

ମିଥୁନ: ଜୀବନରେ ସହଜରେ ପରିପୂର୍ଣତା ଆସେନାହିଁ । ପରିବାରର ସଦସ୍ୟଙ୍କ ଲଢୁଆ ମନୋଭାବ ଯୋଗୁଁ ଆପଣଙ୍କୁ ଧର୍ଯ୍ୟ ଧରି ଶାନ୍ତ ରହିବାକୁ ପଡିପାରେ। ମାତ୍ର ଦିନତମାମ ଏପରି ପରିସ୍ଥିତିର ମୁକାବିଲା କରିବା ଅତ୍ୟନ୍ତ କଷ୍ଟଦାୟକ ହୋଇପାରେ । ଗୃହର ଝଗଡା ଯୋଗୁଁ ବୃତ୍ତିରେ ଅଗ୍ରଗତି କରିବ ଅତ୍ୟନ୍ତ କଷ୍ଟକର ମଧ୍ୟ । ଆଜି ଦିନର କୁପ୍ରଭାବ ବିଦ୍ୟାର୍ଥୀ ମାନଙ୍କୁ ହଇରାଣରେ ପକାଇପାରେ । ଆପଣ ନିଜର ଅସ୍ଥିର ମନୋଭାବକୁ ପରିତ୍ୟାଗ କରନ୍ତୁ । ଅପ୍ରତ୍ୟାଶିତ ଭାବେ ଖର୍ଚ୍ଚାନ୍ତ ହୋଇପାରନ୍ତି, ତେଣୁ ନିଜର ଅର୍ଜିତ ଧନପ୍ରତି ସତର୍କ ରୁହନ୍ତୁ।

କର୍କଟ: ଆଜି ଦିନଟି ଆପଣଙ୍କ ପାଇଁ ଅଶାନ୍ତ ରହିବ । ସବୁ କାର୍ଯ୍ୟରେ ବାଧା ସୃଷ୍ଟି ହେବ । ଶାରୀରିକ ଓ ମାନସିକ ଅଶାନ୍ତି ଦେଖାଦେବ । ପାରିବାରିକ କଳହ ଦେଖାଦେଇପାରେ । ସ୍ବାସ୍ଥ୍ୟଗତ ସମସ୍ୟା ଲାଗିରହିବ । ବିଦ୍ୟାର୍ଥୀଙ୍କୁ ସଫଳତା ମିଳିବ ।

ସିଂହ: ଆପଣ ଧାର୍ମିକ ଏବଂ ଅନୁକୂଳ କାର୍ଯ୍ୟକଳାପରେ ମଜ୍ଜି ରହିପାରନ୍ତି। ତାହା ସହିତ ଧର୍ମସ୍ଥାନକୁ ଯାତ୍ରାରେ ଯାଇପାରନ୍ତି । ଆଜି ଦିନରେ ଆପଣ ବହୁତ ରାଗି ପାରନ୍ତି । ବିଦେଶରେ ଥିବା ଆପଣଙ୍କର ପ୍ରିୟଜନଙ୍କଠାରୁ କିଛି ଖବର ଆଶା କରିପାରନ୍ତି । ଆଜି ଆପଣ ନିର୍ଦ୍ଦିଷ୍ଟ କାମରେ ଲକ୍ଷ୍ୟ ରଖିବେ । ଆପଣ ମାନସିକ ଭାବରେ ହଇରାଣ ହୋଇପାରନ୍ତି ଏବଂ ତାହାର ପ୍ରଥମ କାରଣ ଆପଣଙ୍କ ପିଲାମାନେ ହୋଇପାରନ୍ତି ।

କନ୍ୟା: ଯଦି ଆପଣ କୌଣସି ନୂଆ ଜିନିଷ ଯୋଜନା କରୁଛନ୍ତି, ସେଥିପାଇଁ ଆଜି ଦିନଟି ଉପଯୁକ୍ତ ନୁହେଁ । ଆପଣଙ୍କ ରାଗ ଏବଂ କଡା କଥା ଉପରେ ନିୟନ୍ତ୍ରନ ରଖନ୍ତୁ। ଯାହା ଫଳରେ ଅଶାନ୍ତି ପରିସ୍ଥିତିର ସାମନା କରିବାକୁ ପଡିବ ନାହିଁ । ଆପଣଙ୍କ ପରିବାର ସହ ଏକ ଭୟଙ୍କର ଯୁକ୍ତି ଆପଣଙ୍କୁ ଅଶାନ୍ତିରେ ରଖି ଦେଇପାରେ । ଆଜି ଆପଣଙ୍କର ଅତ୍ୟଧିକ ଖର୍ଚ୍ଚ ହୋଇପାରେ ।

ତୁଳା: ଆଜି ଦିନଟିରେ ଆପଣଙ୍କୁ ଅନେକ କିଛି କରିବାର ଅଛି । ଆପଣ ନୂଆ ପୋଷାକ ସପିଙ୍ଗ୍‌ ପାଇଁ ଯାଇପାରନ୍ତି ଏବଂ ପରିବର୍ତ୍ତିତ ସମୟ ଅନୁସାରେ ଆପଣ ନିଜକୁ ବଦଳାଇବାକୁ ଚେଷ୍ଟା କରିପାରନ୍ତି । ଆପଣଙ୍କର ଶାରୀରିକ ଏବଂ ମାନସିକ ଶକ୍ତି ବଦଳି ଯାଇପାରେ ଯାହାକି ପରିବେଶକୁ ବଦଳାଇ ଦିଏ । ଯିବାକୁ ପ୍ରସ୍ତୁତ ରୁହନ୍ତୁ ଯେହେତୁ ଯଶ ଖ୍ୟାତି ଏବଂ ସୁସ୍ୱାଦୁ ଜିନିଷ ଆପଣଙ୍କ ଅପେକ୍ଷାରେ ଅଛି ।

ବିଛା: ଆପଣ ସୁସ୍ଥ ଅନୁଭବ କରିବେ ଏବଂ ଶାରୀରିକ ଏବଂ ମାନସିକ ଭାବରେ ଚାର୍ଜ୍‌ଡ୍‌ ଅପ୍‌ ହୋଇପାରନ୍ତି । ଅସୁସ୍ଥ ଥିବା ବ୍ୟକ୍ତିମାନଙ୍କ ପାଇଁ ଏହା ହେଉଛି ଖୁସିର ସମୟ ଯେହେତୁ ସ୍ୱାସ୍ଥ୍ୟରେ ଉନ୍ନତି ହେବାର ନିଶ୍ଚିତ ସମ୍ଭାବନା ରହିଛି। ଆପଣ ଆପଣଙ୍କ ସହକର୍ମୀଙ୍କଠାରୁ ସହଯୋଗ ଏବଂ ସହାୟତା ପାଇପାରନ୍ତି । ଆପଣଙ୍କ ପ୍ରତିଦ୍ୱନ୍ଦୀମାନଙ୍କୁ ସଫଳ ଭାବରେ ହରାଇବାରେ ସକ୍ଷମ ରହିବେ ।

ଧନୁ: ହଜମ ଜନିତ ସମସ୍ୟା ଆପଣଙ୍କ ପାଇଁ ସମସ୍ୟା ସୃଷ୍ଟି କରିପାରେ । ଆପଣଙ୍କ ପିଲାର ପାଠପଢା ଏବଂ ସ୍ୱାସ୍ଥ୍ୟ ବିଷୟ ସଂପର୍କିତ ବିଷୟ ସାରା ଦିନ ଆପଣଙ୍କ ମନରେ ରହିବ । ଆପଣ ଆପଣଙ୍କ ରାଗକୁ ନିୟନ୍ତ୍ରଣରେ ରଖନ୍ତୁ । ଏଥିସହିତ ଜ୍ଞାନଭିତ୍ତିକ ଆଲୋଚନାରୁ ଦୂରରେ ରୁହନ୍ତୁ। ଆପଣ ଆଜି କଳା ଏବଂ ସାହିତ୍ୟ ଆଡକୁ ଦୁର୍ବଳତା ପ୍ରକାଶ କରିପାରନ୍ତି ।

ମକର: ଆଗ୍ରହ ଏବଂ ଶକ୍ତି ଅଭାବରୁ, ଆଜି ଆପଣ ଆପଣଙ୍କର ଶାରୀରିକ ଏବଂ ମାନସିକ ଭାବରେ କିଛି ଉତ୍ତମ କରିପାରିବେ ନାହିଁ । ଏହା ପଛରେ ପରିବାରର କଳହ ଥାଇପାରେ । ଆଉ ମଧ୍ୟ, କୌଣସି ଦୁର୍ଘଟଣାର ସମ୍ମୁଖିନ ହୋଇପାରନ୍ତି, ଯାହାକି ଆପଣଙ୍କର ମର୍ଯ୍ୟାଦା ହାନି କିମ୍ବା ସମାଜରେ ଆପଣଙ୍କ ସ୍ଥାନ କମ୍‌ ହୋଇପାରେ । ଖୁସି ଏବଂ ଆଗ୍ରହ ଅଭାବରୁ ଆପଣଙ୍କ ଦିନ ଫିକା ଏବଂ ମାନ୍ଦାଳିଆ ରହିପାରେ ।

କୁମ୍ଭ: ଆପଣ ଖୁସି ଏବଂ ଆନନ୍ଦମୟ ଅନୁଭବ କରିବେ। ଯେପରିକି ଚିନ୍ତାର ବାଦଲ ସବୁ ଆପଣଙ୍କ ପାଖରୁ ପଳାଇଯାଇଛି । ଆପଣ ଆପଣଙ୍କ ପରିବାର ସହିତ ଖୁସି ବାଣ୍ଟି ପାରିବେ । ସାନ ଭାଇ ଭଉଣୀ ମାନଙ୍କ ସହ ଭଲ ସମୟ ବିତାଇ ପାରିବେ ଯାହାକି ଆପଣଙ୍କ ଦିନକୁ ଆହୁରି ଆନନ୍ଦମୟ କରିବ। ଏଥିସହ ଆପଣ ଗୋଟିଏ ଛୋଟ ଯାତ୍ରାର ଆୟୋଜନ କରିପାରନ୍ତି ତାହା ଆହୁରି ଆନନ୍ଦମୟ ରହିବ । ଆପଣଙ୍କ ପ୍ରତିଦ୍ୱନ୍ଦୀକୁ ପଛରେ ପକାଇ ଆପଣ ସଫଳତା ହାସଲ କରିବା ହେତୁ ଆପଣଙ୍କ ଭାଗ୍ୟ ଉଜ୍ୱଳ ହୋଇ ଉଠିବ ।

ମୀନ: ଆପଣ ହିସାବ ଉପରେ ନଜର ରଖନ୍ତୁ । ଧୈର୍ଯ୍ୟ ହେଉଛି ସମ୍ପଦ ଏବଂ ଆପଣଙ୍କୁ ନିୟମିତ ଭାବରେ ବ୍ୟାୟାମ କରିବାର ଆବଶ୍ୟକତା ପଡିବ । ଆପଣଙ୍କ ରାଗକୁ କାବୁ କରିବାକୁ ହେଲେ ଜିଭକୁ କାମୁଡି ଚୁପ୍‌ ରହିବାକୁ ପଡିପାରେ ଯାହା ଫଳରେ ଆପଣମାଙ୍କ ମଧ୍ୟରେ ଭଲ ସମ୍ପର୍କ ରହିବ । ପଇସା ସମ୍ପର୍କିତ ବିଷୟରେ ସାବଧାନତା ବଜାୟ ରଖିବେ । ଅର୍ଥହୀନ ଯୁକ୍ତିଠାରୁ ଦୁରେଇ ରୁହନ୍ତୁ ।

ABOUT THE AUTHOR

...view details