ନୂଆଦିଲ୍ଲୀ: ଦେଶରେ ତଳ ଉପର ହେଉଛି କୋରୋନା । କିଛି ଦିନ ହେବ ସଂକ୍ରମଣ ୧୫ ହଜାର ଉପରେ ରହୁଥିବା ବେଳେ ଏବେ ସାମାନ୍ୟ ହ୍ରାସ ପାଇଛି । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ୍ 11,739 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 11,739 fresh Covid Cases) । ଯାହାକି ଶୁକ୍ରବାର ତୁଳନାରେ କମ୍ ରହିଛି । ସେହିପରି ସଂକ୍ରମଣ କମିଥିଲେ ହେଁ ଆଜି ମୃତ୍ୟୁସଂଖ୍ୟା ଅଧିକ ରେକର୍ଡ ହୋଇଛି ।
India Corona: 10ହଜାର ଉପରେ ଦୈନିକ ସଂକ୍ରମଣ - ଭାରତ କୋରୋନା ଅପଡେଟ
ଦେଶରେ କମିଲା ସଂକ୍ରମଣ । ଗତ 24 ଘଣ୍ଟା ମଧ୍ୟରେ 11,739 ଜଣ ନୂଆ ସଂକ୍ରମିତ ଚିହ୍ନଟ । ଅଧିକ ପଢନ୍ତୁ
ଦିନକରେ ଦେଶରେ 25 ଜଣଙ୍କ ମୁଣ୍ଡ ନେଇଛି ମହାମାରୀ ଏବଂ 10,917 ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି । ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ବର୍ତ୍ତମାନ ଭାରତରେ ସକ୍ରିୟ ମାମଲା ଲକ୍ଷେ ମୁହାଁ ହୋଇଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 92,576କୁ ବୃଦ୍ଧି ପାଇଛି । ଦେଶର ଦୈନିକ ପଜିଟିଭ ରେଟ୍ 2.59%ରେ ପହଞ୍ଚିଛି ।
ଏଯାବତ୍ 4,27,72,398 ସଂକ୍ରମଣରୁ ଆରୋଗ୍ୟ ଲାଭ କରିଛନ୍ତି ଓ ସମୁଦାୟ 5,24,999 ଜଣଙ୍କ ମୃତ୍ୟୁ ଘଟିଛି । ଦେଶବ୍ୟାପୀ ସମୁଦାୟ 197 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ 11 ଲକ୍ଷରୁ ଅଧିକ ଲୋକେ ଟିକା ନେଇଛନ୍ତି ।