ନୂଆଦିଲ୍ଲୀ: କମୁଛି ଦେଶର ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରୁ ମାତ୍ର 10 ହଜାର 126 ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି, ଯାହା 266 ଦିନ ମଧ୍ୟରେ ସର୍ବନିମ୍ନ । ଏପଟେ ପଜିଟିଭ ମାମଲା କମିବା ସହ ସୁସ୍ଥସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି । ଗୋଟିଏ ଦିନରେ ଦେଶରୁ ମୋଟ 11 ହଜାର 982 କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ଏବଂ 332 ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।
ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା 3 କୋଟି 43 ଲକ୍ଷ 77 ହଜାର 113 ରେ ପହଁଚିଥିବା ବେଳେ ମୃତ୍ୟୁ ସଂଖ୍ୟା 4 ଲକ୍ଷ 61 ହଜାର 389ରେ ପହଞ୍ଚିଛି ।