ନୂଆଦିଲ୍ଲୀ:ଦେଶରେ ଉପରମୁହାଁ ହେଲା କୋରୋନା ସଂକ୍ରମଣ । କିଛି ଦିନ ହେଲା ଦୈନିକ ପଜିଟିଭ ମାମଲା ହଜାରେ ତଳେ ରହୁଥିବା ବେଳେ ଆଜି ସଂକ୍ରମିତଙ୍କ ସଂଖ୍ୟା ପୁଣିଥରେ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରୁ 2,183 ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି(India reports 2,183 fresh covid cases) ।
ତେବେ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି । ଦିନକରେ ଦେଶରେ 214 ଜଣ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ 1,985 ଜଣ ସୁସ୍ଥ ହୋଇଛନ୍ତି । କେନ୍ଦ୍ର ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।