ନୂଆଦିଲ୍ଲୀ: ଦେଶରେ ତଳ ଉପର ହେଉଛି ମହାମାରୀ । ଦିନେ ସଂକ୍ରମଣ କମିଲେ ଆଉ ଦିନେ ବଢୁଛି । ଗତ 24 ଘଣ୍ଟା ମଧ୍ୟରେ ଦେଶରେ 2,745 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 2,745 fresh Covid Cases) । ସଂକ୍ରମଣ ବୃଦ୍ଧି ପାଇଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା କମ ରହିଛି । ଦିନକରେ 6 ଜଣଙ୍କ ଜୀବନ ନେଇଛି ମହାମାରୀ । ଏହାସହ 2,236 ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।
India Corona: ଦିନକରେ 2745 ସଂକ୍ରମିତ ଚିହ୍ନଟ, 6 ମୃତ - କୋରୋନା ଅପଡେଟ
ଗତ 24 ଘଣ୍ଟା ମଧ୍ୟରେ ଦେଶରେ 2,745 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 2,745 fresh Covid Cases) । ଦିନକରେ 6 ଜଣଙ୍କ ଜୀବନ ନେଇଛି ମହାମାରୀ । ଅଧିକ ପଢନ୍ତୁ
India Corona: ଦିନକରେ 2745 ସଂକ୍ରମିତ ଚିହ୍ନଟ, 6 ମୃତ
ମନ୍ତ୍ରଣାଳୟ ଅନୁଯାୟୀ, ଭାରତରେ ସକ୍ରିୟ ମାମଲା ଏବେ 18 ହଜାର ଉପରେ ରହିଛି । ଆଜିର ନୂତନ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 18,386 ରହିଛି । ଏହି କ୍ରମରେ ବର୍ତ୍ତମାନ ଦୈନିକ ପଜିଟିଭ ହାର 0.60% ରହିଛି । ଦେଶରେ ଏଯାବତ ୪୨,୬୧,୭୮,୧୦ ସଂକ୍ରମଣରୁ ଆରୋଗ୍ୟ ଲାଭ କରିଛନ୍ତି । 5,24,636 ଜଣଙ୍କ ମୃତ୍ୟୁ ଘଟିଛି । ଦେଶବ୍ୟାପୀ ସମୁଦାୟ 1, 93, 57, 20, 807 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି ।