ନୂଆଦିଲ୍ଲୀ: ଦେଶରେ ଉପରମୁହାଁ ହୋଇଛି ମହାମାରୀ । ଦିନକୁ ଦିନ ବଢି ଚାଲିଛି ସଂକ୍ରମଣ । ଦେଶରେ ଦୈନିକ ପଜିଟିଭଙ୍କ ସଂଖ୍ୟା 3 ହଜାର ପାର୍ କରିବା ପରେ ଏବେ 4 ହଜାର ମୁହାଁ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ପୁଣି 3,805 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି(India reports 3,805 fresh Covid Cases) । ତେବେ ଆଜି ସଂକ୍ରମିତଙ୍କ ତୁଳନାରେ ମୃତ୍ୟୁସଂଖ୍ୟା କମ୍ ରହିଛି । ଦିନକରେ ଦେଶରେ ମାତ୍ର 22 ଜଣ କୋରୋନା ସଂକ୍ରମିତ ଆଖି ବୁଜିଛନ୍ତି ଏବଂ 3,168 ଜଣ ସୁସ୍ଥ ହୋଇଛନ୍ତି । ସେହିପରି ସଂକ୍ରମଣ ବଢିବା ପରେ ସକ୍ରିୟ ମାମଲା 20 ହଜାର ପାର୍ କରିଛି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।
India Corona: ଦେଶରେ 4 ହଜାର ମୁହାଁ ସଂକ୍ରମଣ - ଦେଶରେ ସଂକ୍ରମଣ ବୃଦ୍ଧି
ଦେଶରେ ବଢି ଚାଲିଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ପୁଣି 3,805 ଜଣ ନୂଆ ସଂକ୍ରମିତ ଚିହ୍ନଟ । ଅଧିକ ପଢନ୍ତୁ
India Corona: ଦେଶରେ 4 ହଜାର ମୁହାଁ ସଂକ୍ରମଣ
ମନ୍ତ୍ରଣାଳୟ ଅନୁଯାୟୀ, ଆଜିର ନୂତନ ସଂକ୍ରମଣକୁ ମିଶାଇ ଦେଶରେ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 20,303ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର 0.78% ରହିଛି । ଏଯାବତ୍ ସମୁଦାୟ 4,25,54,416 ସଂକ୍ରମିତ ସୁସ୍ଥ ହୋଇଛନ୍ତି ଏବଂ 5,24,024 ଜଣଙ୍କ ମୃତ୍ୟୁ ଘଟିଛି । ଦେଶବ୍ୟାପୀ ସମୁଦାୟ 190 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ 17,49,063 ଡୋଜ୍ ଦିଆଯାଇଛି ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ