ନୂଆଦିଲ୍ଲୀ: ଦେଶରେ ଉପରମୁହାଁ ହେଲା କୋରୋନା ସଂକ୍ରମଣ । କିଛି ଦିନ ହେଲା ଦୈନିକ ପଜିଟିଭ ମାମଲା ହଜାରେ ତଳେ ରହୁଥିବା ବେଳେ ଆଜି ସଂକ୍ରମିତଙ୍କ ସଂଖ୍ୟା ପୁଣିଥରେ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରୁ 1,150 ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି(India reports 1,150 fresh covid cases) । ତେବେ ସଂକ୍ରମଣ ବଢିଥିଲେ ହେଁ ମୃତ୍ୟୁସଂଖ୍ୟା ଖୁବ୍ କମ୍ ରେକର୍ଡ ହୋଇଛି । ଦିନକରେ ଦେଶରେ ମାତ୍ର 4 ଜଣ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ 954 ଜଣ ସୁସ୍ଥ ହୋଇଛନ୍ତି । କେନ୍ଦ୍ର ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।
India Corona: ଉପରମୁହାଁ ହେଲା ସଂକ୍ରମଣ, ଦିନକରେ 1150 ସଂକ୍ରମିତ - ଭାରତ କୋରୋନା ଅପଡେଟ
ଦେଶରେ ଉପରମୁହାଁ ହେଲା କୋରୋନା ମିଟର । ଗତ ୨୪ ଘଣ୍ଟା ମଧ୍ୟରେ 1,150 ନୂଆ ସଂକ୍ରମିତ ଚିହ୍ନଟ । ଅଧିକ ପଢନ୍ତୁ
India Corona: ଦେଶରେ ଉପରମୁହାଁ ହେଲା ସଂକ୍ରମଣ, ଦିନକରେ 1150 ସଂକ୍ରମିତ
ମନ୍ତ୍ରଣାଳୟ ଅନୁଯାୟୀ, ବର୍ତ୍ତମାନ ଦେଶରେ ସକ୍ରିୟ ମାମଲା ୧୫ ହଜାର ତଳେ ରହିଛି । ଆଜିର ନୂତନ ସଂକ୍ରମଣକୁ ମିଶାଇ ଏବେ ମୋଟ 11,558 ଜଣ ସଂକ୍ରମିତ ରହିଛନ୍ତି । ଏଯାବତ୍ ଭାରତରେ 4,25,087,88 ସଂକ୍ରମିତ ସୁସ୍ଥ ହୋଇଛନ୍ତି ଏବଂ 5,21,751 ଜଣଙ୍କ ମୃତ୍ୟୁ ଘଟିଛି । ଦେଶବ୍ୟାପୀ ସମୁଦାୟ 1,86,51,53,593 କୋଟି ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ 12,56,533 କୋଟି ଡୋଜ୍ ଦିଆଯାଇଛି ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ