ନୂଆଦିଲ୍ଲୀ: ଦେଶରେ ପୁଣି ଆତଙ୍କ ଖେଳାଉଛି କୋରୋନା ମହାମାରୀ । ପ୍ରତିଦିନ ପୂର୍ବଦିନ ଅପେକ୍ଷା ବଢି ଚାଲିଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରୁ 2,527 ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି(India reports 2,527 fresh covid cases) । ହେଲେ ସଂକ୍ରମଣ ତୁଳନାରେ ମୃତ୍ୟୁସଂଖ୍ୟା କମ୍ ରେକର୍ଡ ହେଉଥିବାର ଦେଖାଯାଉଛି । ଦିନକରେ ଦେଶରେ 33 ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ବେଳେ 1,656 ଜଣ ସୁସ୍ଥ ହୋଇଛନ୍ତି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।
India Corona: ଦିନକରେ 2527 ସଂକ୍ରମିତ, 33 ମୃତ - ଭାରତ କୋରୋନା ରିପୋର୍ଟ
କାୟା ମେଲାଉଛି କୋରୋନା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଅଢେଇ ହଜାର ପାର୍ କଲା ସଂକ୍ରମଣ । ଅଧିକ ପଢନ୍ତୁ
India Corona: ଦିନକରେ 2527 ସଂକ୍ରମିତ, 33 ମୃତ
ମନ୍ତ୍ରଣାଳୟ ଅନୁଯାୟୀ, ଆଜିର ନୂତନ ସଂକ୍ରମଣକୁ ମିଶାଇ ବର୍ତ୍ତମାନ ଦେଶରେ ମୋଟ ସକ୍ରିୟ ମାମଲା 15,079କୁ ବୃଦ୍ଧି ପାଇଛି । ଏଯାବତ୍ ସମୁଦାୟ 4,25,177,24 ସଂକ୍ରମିତ ସୁସ୍ଥ ହୋଇଛନ୍ତି ଏବଂ 5,22,149 ଜଣଙ୍କ ମୃତ୍ୟୁ ଘଟିଛି । ଦେଶବ୍ୟାପୀ ସମୁଦାୟ 187 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ 19,13,296 ଡୋଜ୍ ଦିଆଯାଇଛି । ଅନ୍ୟପଟେ ଜାତୀୟ ରାଜଧାନୀ ଦିଲ୍ଲୀରେ ସଂକ୍ରମଣ ବଢିବା ପରେ ଆଜିଠୁ ଏଠାରେ ମାସ୍କ ବ୍ୟବହାର ବାଧ୍ୟତାମୂଳକ କରାଯାଇଛି । ନଚେତ୍ 500 ଟଙ୍କା ଫାଇନ ଗଣିବେ ଉଲ୍ଲଙ୍ଘନକାରୀ ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ