ନୂଆଦିଲ୍ଲୀ:ଦେଶରେ ତଳ ଉପର ହେଉଛି ମହାମାରୀ । ଦିନେ ସଂକ୍ରମଣ କମିଲେ ଆଉ ଦିନେ ବଢୁଛି । ଗତ 24 ଘଣ୍ଟା ମଧ୍ୟରେ ଦେଶରେ 2,259 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 2,259 fresh Covid Cases) । ଯାହାକି ଗତକାଲି(ଗୁରୁବାର) ତୁଳନାରେ ସାମାନ୍ୟ କମ୍ । ସଂକ୍ରମଣ କମିଥିଲେ ହେଁ ଆଜି କୋରୋନା ଜନିତ ମୃତ୍ୟୁସଂଖ୍ୟା ପୂର୍ବଦିନ ଅପେକ୍ଷା ଅଧିକ ରହିଛି । ଦିନକରେ 20 ଜଣଙ୍କ ମୁଣ୍ଡ ନେଇଛି ମହାମାରୀ । ସେହିପରି 2,614 ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।
India Corona: ଦିନକରେ 2259 ନୂଆ ସଂକ୍ରମିତ, 20 ମୃତ - ଭାରତ କୋରୋନା ଅପଡେଟ
ଦେଶରେ ନିୟନ୍ତ୍ରଣରେ ରହିଛି ମହାମାରୀ । ଗତ 24 ଘଣ୍ଟା ମଧ୍ୟରେ 2,259 ଜଣ ନୂଆ ସଂକ୍ରମିତ ଚିହ୍ନଟ । ଅଧିକ ପଢନ୍ତୁ
India Corona: ଦିନକରେ 2259 ନୂଆ ସଂକ୍ରମିତ, 20 ମୃତ
ମନ୍ତ୍ରଣାଳୟ ଅନୁଯାୟୀ, ସଂକ୍ରମଣ କମିବା ପରେ ଭାରତରେ ସକ୍ରିୟ ମାମଲା 15 ହଜାରରେ ପହଞ୍ଚିଛି । ଆଜିର ନୂତନ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 15,044 ରହିଛି । ଏହି କ୍ରମରେ ବର୍ତ୍ତମାନ ଦୈନିକ ପଜିଟିଭ ହାର 0.50% ରହିଛି । ଏଯାବତ୍ ସମୁଦାୟ 4,25,92,455 ସଂକ୍ରମିତ ସୁସ୍ଥ ହୋଇଛନ୍ତି ଏବଂ 5,24,323 ଜଣଙ୍କ ମୃତ୍ୟୁ ଘଟିଛି । ଦେଶବ୍ୟାପୀ ସମୁଦାୟ 191 କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ 24 ଘଣ୍ଟା ମଧ୍ୟରେ କେବଳ 15,12,766 ଡୋଜ୍ ଦିଆଯାଇଛି ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ