ନୂଆଦିଲ୍ଲୀ: ଦେଶରେ ତଳମୁହାଁ କୋରୋନା ଗ୍ରାଫ୍ (India sees decline in daily covid cases) । ୫ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ । ଗତ 24 ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ 4,369 ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (India Records 4,369 fresh Covid Cases) । ଗତକାଲି ଏହି ସଂଖ୍ୟା 5,221 ଥିଲା । ଦେଶରେ ସଂକ୍ରମଣ କମୁଥିବାବେଳେ, ପ୍ରତିଦିନ ସୁସ୍ଥ ସଂଖ୍ୟା ବୃଦ୍ଧି ପାଉଛି । ଦିନକରେ 5,178 ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥ ସଂଖ୍ୟା 4,39,30,417ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ (Union Health Ministry) ପକ୍ଷରୁ ସୂଚନା ଦିଆଯାଇଛି ।
ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସଂକ୍ରମଣ ଅପେକ୍ଷା ଅଧିକ ସୁସ୍ଥ ହେଉଛନ୍ତି । ସୁସ୍ଥସଂଖ୍ୟା ବଢିବା ସହ ସକ୍ରିୟ ମାମଲା ହ୍ରାସ ପାଇ 50 ହଜାର ତଳକୁ ଖସିଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା 46,347ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର 1.25% ରହିଛି ଏବଂ ସାପ୍ତାହିକ ପଜିଟିଭ ହାର 1.73%କୁ ହ୍ରାସ ପାଇଛି । ଏବେ ସୁଦ୍ଧା ଦେଶରେ 88.99 କୋଟିରୁ ଅଧିକ କୋରୋନା ଟେଷ୍ଟିଂ କରାଯାଇଛି । ଆଜି ପର୍ଯ୍ୟନ୍ତ 5,28,185 ହଜାର କୋରୋନା ସଂକ୍ରମିତ(Corona Positive) ପ୍ରାଣ ହରାଇଛନ୍ତି ।